୨ଶହ ଅସହାୟଙ୍କୁ ଶୁଖିଲା ଖାଦ୍ୟ ବାଣ୍ଟିଲା ଡାକ ବିଭାଗ

ଭବାନୀପାଟଣା,୮।୪(ସ୍ବ.ପ୍ର.)- କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଗତ ୨୪ ତାରିଖଠୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଅନେକ ଗରିବ ଅସହାୟ ଲୋକଙ୍କ ଜୀବନ ଶୈଳୀ ଉପରେ ପ୍ରଭାବ ପଡିଛି। ଏହା ଫଳରେ ସେମାନେ ଏବେ ଦୁର୍ବିସହ ଜୀବନ ବିତାଉଛନ୍ତି। ଏହି ପରିପ୍ରେକ୍ଷିରେ କଳାହାଣ୍ଡି ଜିଲା ଡାକ ମଣ୍ଡଳ ପକ୍ଷରୁ ମଙ୍ଗଳବାର ଭବାନୀପାଟଣା ବ୍ଲକର ବିଭିନ୍ନ ଗ୍ରାମରେ ଥିବା ୨ଶହ ଅସହାୟ ଗରିବ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଓଡିଶା ଡାକପରିମଣ୍ଡଳର ମହା ଡାକପାଳଙ୍କ ନିର୍ଦ୍ଦେଶ କ୍ରମେ ଭବାନୀପାଟଣା ବ୍ଲକ ପାଲସ୍‌ିଝରଣ ପଞ୍ଚାୟତର ଭିକାଚରଣ, ଡୁଙ୍ଗିପୁଞ୍ଜି, ଘୁଷୁରୀଗଡ ଆଦି ଗ୍ରାମର ୨ଶହ ଅସହାୟ ଗରିବ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା। ଡାକ ବିଭାଗର କଲ୍ୟାଣ ପାଣ୍ଠି ପକ୍ଷରୁ ଏହା ବଣ୍ଟନ କରାଯାଇଥିଲା। ଜିଲା ଡାକ ଅଧୀକ୍ଷକ ତାରିଣୀ ଚରଣ ପାଢୀଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପାଲସିଝରଣ ସରପଞ୍ଚ ଶୃତିମୟୀ ବୁଦ୍ଦିଆ, ଭବାନୀପାଟଣା ସହ ଡାକ ଅଧୀକ୍ଷକ ମୋହନ ସୁନା, ଶାଖା ଡାକପାଳ ଯୁଧିଷ୍ଠିର ନାଏକ, ଡାକ କର୍ମଚାରୀ ସୌମ୍ୟ ରଞ୍ଜନ ନାଏକ, ସାମାଜିକ କର୍ମୀ ଦୀପକ ରଞ୍ଜନ ବୁଦ୍ଦିଆ ପ୍ରମୁଖଙ୍କ ସହ ଡାକ କର୍ମଚାରୀମାନେ ଉପସ୍ଥିତ ରହି ଏହି ଖାଦ୍ୟ ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri