Posted inଖେଳ

୨ୟ ଅନ୍‌ଅଫିସିଆଲ ଦିନିକିଆ: ଭାରତ ଏ’ ୨-୦ରେ ସିରିଜ ଅଗ୍ରଣୀ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୧୫।୭ (ପି.ଟି.)- ଘରୋଇ ଓ୍ବେଷ୍ଟଇଣ୍ଡିଜ-ଏ ବିପକ୍ଷରେ ଏଠାରେ ଅନୁଷ୍ଠିତ ୨ୟ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌କୁ ମନୀଷ ପାଣ୍ଡେଙ୍କ ନେତୃତ୍ୱାଧୀନ ଭାରତ-ଏ ଦଳ ୬୫ ରନରେ ଜିତି ନେଇଛି। ଏହି ବିଜୟ ସହ ଭାରତ-ଏ ୫ ମ୍ୟାଚ୍‌ବିଶିଷ୍ଟ ସିରିଜରେ ୨-୦ରେ ଅଗ୍ରଣୀ ଲାଭ କରିଛି। ପୂର୍ବରୁ ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌କୁ ଭ୍ରମଣକାରୀ ଦଳ ମଧ୍ୟ ସମାନ ୬୫ ରନରେ ଜିତିଥିଲା। ସିରିଜର ୩ୟ ମ୍ୟାଚ୍‌ ମଙ୍ଗଳବାର ଏଠାରେ ଖେଳାଯିବ। ଦିନିକିଆ ସିରିଜ ପରେ ଭାରତ-ଏ ଦଳ ୩ ମ୍ୟାଚ୍‌ବିଶିଷ୍ଟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ ଖେଳିବାର କାର୍ଯ୍ୟସୂଚୀ ରହିଛି।
ସ୍ଥାନୀୟ ସାର୍‌ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତ-ଏ ଦୁଇ ଓପନର୍‌ ଋତୁରାଜ ଗାଏକ୍ୱାଡ ଓ ଶୁବମନ ଗିଲଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୫୫ ରନ କରିଥିଲା। ଋତୁରାଜ ୧୦୨ ବଲରୁ ୫ ଚୌକା ଓ ୨ ଛକା ସହାୟତାରେ ସର୍ବାଧିକ ୮୫ ରନ କରିଥିଲେ। ସେହିଭଳି ଗିଲ୍‌ ୬୨ ରନ (୮୩ ବଲ) କରି ଆଉଟ୍‌ ହୋଇଥିଲେ। ଓପନିଂ ଯୋଡ଼ିରେ ଉଭୟ ୩୦.୪ ଓଭରରେ ୧୫୧ ରନର ଭାଗୀଦାରି କରି ଦଳ ପାଇଁ ଦୃଢ଼ ମୂଳଦୁଆ ପକାଇଥିଲେ। କିନ୍ତୁ ମଧ୍ୟକ୍ରମ ବିଫଳତା ଯୋଗୁ ଭାରତ-ଏ ବଡ଼ ସ୍କୋର କରିବାରେ ସମର୍ଥ ହୋଇପାରି ନ ଥିଲା। ଶ୍ରେୟାସ ଆୟର (୨), ମନୀଷ ପାଣ୍ଡେ (୨୭), ହନୁମା ବିହାରୀ (୨୩), ଉଇକେଟ୍‌ କିପର ଇଶାନ କିଶାନ (୨୪) ଓ ଅକ୍ଷର ପଟେଲ (୧୩) ବଡ଼ ସ୍କୋର କରିପାରି ନ ଥିଲେ। ଘରୋଇ ଦଳ ପକ୍ଷରୁ ଦ୍ରୁତ ବୋଲର ରୋମାରିଓ ସେଫର୍ଡ ସର୍ବାଧିକ ୪ ଉଇକେଟ୍‌ ଅକ୍ତିଆର କରିଥିଲେ।
୨୫୬ ରନର ପିଛା କରିଥିବା ଓ୍ବେଷ୍ଟଇଣ୍ଡିଜ-ଏ ରେମନ ରିଲିଫ୍‌ (୭୧ ରନ, ୧୦୫ ବଲ)ଙ୍କ ଲଢ଼ୁଆ ଅର୍ଦ୍ଧଶତକ ସତ୍ତ୍ୱେ ୪୩.୫ ଓଭରରେ ୧୯୦ ରନରେ ସୀମିତ ରହିଥିଲା। ଓପନର ସୁନୀଲ ଆମ୍ବ୍ରିସ ୨୪, ରୋମାରିଓ ଅପରାଜିତ ୩୪ ରନ କରିଥିଲେ। ବିଜୟୀ ଦଳ ପକ୍ଷରୁ ଡାହାଣହାତୀ ମଧ୍ୟଗତିର ବୋଲର ନବଦୀପ ସାଇନି (୮.୫-୦-୪୬-୫) ସୁନ୍ଦର ବୋଲିଂ ଫିଗର ହାସଲ କରିଥିଲେ। ଋତୁରାଜଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri