Posted inଖେଳ

୨ୟ ଅନ୍‌ଅଫିସିଆଲ ଦିନିକିଆ: ଭାରତ ଏ’ ୨-୦ରେ ସିରିଜ ଅଗ୍ରଣୀ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୧୫।୭ (ପି.ଟି.)- ଘରୋଇ ଓ୍ବେଷ୍ଟଇଣ୍ଡିଜ-ଏ ବିପକ୍ଷରେ ଏଠାରେ ଅନୁଷ୍ଠିତ ୨ୟ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌କୁ ମନୀଷ ପାଣ୍ଡେଙ୍କ ନେତୃତ୍ୱାଧୀନ ଭାରତ-ଏ ଦଳ ୬୫ ରନରେ ଜିତି ନେଇଛି। ଏହି ବିଜୟ ସହ ଭାରତ-ଏ ୫ ମ୍ୟାଚ୍‌ବିଶିଷ୍ଟ ସିରିଜରେ ୨-୦ରେ ଅଗ୍ରଣୀ ଲାଭ କରିଛି। ପୂର୍ବରୁ ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌କୁ ଭ୍ରମଣକାରୀ ଦଳ ମଧ୍ୟ ସମାନ ୬୫ ରନରେ ଜିତିଥିଲା। ସିରିଜର ୩ୟ ମ୍ୟାଚ୍‌ ମଙ୍ଗଳବାର ଏଠାରେ ଖେଳାଯିବ। ଦିନିକିଆ ସିରିଜ ପରେ ଭାରତ-ଏ ଦଳ ୩ ମ୍ୟାଚ୍‌ବିଶିଷ୍ଟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ ଖେଳିବାର କାର୍ଯ୍ୟସୂଚୀ ରହିଛି।
ସ୍ଥାନୀୟ ସାର୍‌ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତ-ଏ ଦୁଇ ଓପନର୍‌ ଋତୁରାଜ ଗାଏକ୍ୱାଡ ଓ ଶୁବମନ ଗିଲଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୫୫ ରନ କରିଥିଲା। ଋତୁରାଜ ୧୦୨ ବଲରୁ ୫ ଚୌକା ଓ ୨ ଛକା ସହାୟତାରେ ସର୍ବାଧିକ ୮୫ ରନ କରିଥିଲେ। ସେହିଭଳି ଗିଲ୍‌ ୬୨ ରନ (୮୩ ବଲ) କରି ଆଉଟ୍‌ ହୋଇଥିଲେ। ଓପନିଂ ଯୋଡ଼ିରେ ଉଭୟ ୩୦.୪ ଓଭରରେ ୧୫୧ ରନର ଭାଗୀଦାରି କରି ଦଳ ପାଇଁ ଦୃଢ଼ ମୂଳଦୁଆ ପକାଇଥିଲେ। କିନ୍ତୁ ମଧ୍ୟକ୍ରମ ବିଫଳତା ଯୋଗୁ ଭାରତ-ଏ ବଡ଼ ସ୍କୋର କରିବାରେ ସମର୍ଥ ହୋଇପାରି ନ ଥିଲା। ଶ୍ରେୟାସ ଆୟର (୨), ମନୀଷ ପାଣ୍ଡେ (୨୭), ହନୁମା ବିହାରୀ (୨୩), ଉଇକେଟ୍‌ କିପର ଇଶାନ କିଶାନ (୨୪) ଓ ଅକ୍ଷର ପଟେଲ (୧୩) ବଡ଼ ସ୍କୋର କରିପାରି ନ ଥିଲେ। ଘରୋଇ ଦଳ ପକ୍ଷରୁ ଦ୍ରୁତ ବୋଲର ରୋମାରିଓ ସେଫର୍ଡ ସର୍ବାଧିକ ୪ ଉଇକେଟ୍‌ ଅକ୍ତିଆର କରିଥିଲେ।
୨୫୬ ରନର ପିଛା କରିଥିବା ଓ୍ବେଷ୍ଟଇଣ୍ଡିଜ-ଏ ରେମନ ରିଲିଫ୍‌ (୭୧ ରନ, ୧୦୫ ବଲ)ଙ୍କ ଲଢ଼ୁଆ ଅର୍ଦ୍ଧଶତକ ସତ୍ତ୍ୱେ ୪୩.୫ ଓଭରରେ ୧୯୦ ରନରେ ସୀମିତ ରହିଥିଲା। ଓପନର ସୁନୀଲ ଆମ୍ବ୍ରିସ ୨୪, ରୋମାରିଓ ଅପରାଜିତ ୩୪ ରନ କରିଥିଲେ। ବିଜୟୀ ଦଳ ପକ୍ଷରୁ ଡାହାଣହାତୀ ମଧ୍ୟଗତିର ବୋଲର ନବଦୀପ ସାଇନି (୮.୫-୦-୪୬-୫) ସୁନ୍ଦର ବୋଲିଂ ଫିଗର ହାସଲ କରିଥିଲେ। ଋତୁରାଜଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri