୨୦ରୁ ଅଧିକ ଦେଶରେ ଲକ୍‌ଡାଉନ୍‌: ୧୨୦କୋଟି ଲୋକ ଘରେ ବନ୍ଦ

ଓ୍ବାଶିଂଟନ,୨୧।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ପୃଥିବୀରେ ୨୦ଟିରୁ ଅଧିକ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛ। ଚାଇନା, ଇଟାଲି, ସ୍ପେନ୍‌, ଫ୍ରାନ୍ସ୍‌, ଅୟାରଲାଣ୍ଡ୍‌, ଡେନମାର୍କ, ଅଲ୍‌-ସାଲଭାଡୋର, ଜର୍ମାନୀ, ବ୍ରିଟେନ୍‌, ବେଲଜିଅମ୍‌, ଆର୍ଜେଣ୍ଟିନା, ଭଟିକାନ୍‌ ସିଟି, ନରଓ୍ବେ, ଇରାନ, ଦକ୍ଷିଣକୋରିଆ, ହଂକଂ, ଇଣ୍ଡୋନେସିଆ ଆଦି ଦେଶରେ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହାଦ୍ୱାରା ୧୨୦ କୋଟିରୁ ଅଧିକ ଲୋକ ଘରେ ବନ୍ଦ ରହିବାକୁ ବାଧ୍ୟ ହୋଇଛନ୍ତି। ଏହା ସହିତ ୫୦ରୁ ଅଧିକ ଦେଶରେ କେତେକ ସହରକୁ ଲକ୍‌ଡାଉନ୍‌ କରାଯାଇଛି। ଚାଇନାରେ ଲକ୍‌ଡାଉନ୍‌ ଯୋଗୁ ୭୮ କୋଟି ଲୋକ ଘରେ ବନ୍ଦ ରହିଛନ୍ତି। ସେହିପରି ଇଟାଲିରେ ୬ କୋଟିରୁ ଅଧିକଙ୍କ କ୍ଷେତ୍ରରେ ଏଭଳି ଅବସ୍ଥା ଦେଖିବାକୁ ମିଳିଛି। ଆମେରିକା ପକ୍ଷରୁ କାଲିଫର୍ନିଆରେ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ଫଳରେ ୪ କୋଟି ଲୋକ ଘରେ ବନ୍ଦ ହୋଇଯାଇଛନ୍ତି। ସେହିପରି ଫ୍ରାନ୍ସ୍‌ରେ ୬ କୋଟି ୭୦ ଲକ୍ଷ ଲୋକ ଘରେ ବନ୍ଦ ହୋଇଛନ୍ତି। ଏହାଯୋଗୁ ପୃଥିବୀର ବହୁ ସହର ଜନଶୂନ୍ୟ ହୋଇପଡ଼ିଛି। ରାସ୍ତାରେ କେବଳ ବୁଲା କୁକୁର, ଗୋରୁ ବୁଲୁଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ଗାନ୍ଧୀ ବିଭାଜନକାରୀ

ଭାରତ ୨୦୪୭ ସୁଦ୍ଧା ବିକଶିତ ହେବ ବୋଲି କେନ୍ଦ୍ର ସରକାର ବାରମ୍ବାର ଦୋହରାଉଛନ୍ତି। ବିକଶିତ ଦେଶ ଗଢ଼ିବାର ସ୍ବପ୍ନ ଦେଖାଯିବା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। କିନ୍ତୁ...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri