୨୦ରେ ଜିଏସ୍‌ଟି ପରିଷଦ ବୈଠକ; ଟିକସ ହ୍ରାସ ନେଇ ନେଇ ହୋଇ ପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫-୯: ଜିଏସ୍‌ଟି ପରିଷଦ ବୈଠକ ଚଳିତ ମାସ ୨୦ରେ ଗୋଆରେ ଅନୁଷ୍ଠିତ ହେବ। କାର ଏବଂ ବିସ୍କୁଟ ଉପରେ ଲାଗୁ ହେଉଥିବା ଜିଏସ୍‌ଟି ହ୍ରାସ କରିବା ଲାଗି ଶିଳ୍ପଜଗତ ପକ୍ଷରୁ ଦାବି ହେଉଥିବା ବେଳେ ଏ ଉପରେ ପରିଷଦ ନିଷ୍ପତ୍ତି ନେଇପାରେ। ଏହି ନିଷ୍ପତ୍ତିରେ ରାଜକୋଷ ଉପରେ ପ୍ରଭାବ କଣ ରହିବ ସେ ନେଇ ମଧ୍ୟ ବିଚାର କରାଯିବ। ଅପରପକ୍ଷରେ ଯଦି ଟିକସ ହ୍ରାସ ନେଇ ପରିଷଦ ନିଷ୍ପତ୍ତି ନିଏ ତେବେ ଏହାର ସିଧାସଳଖ ପ୍ରଭାବ ରାଜ୍ୟଗୁଡିକର ଆୟ ଉପରେ ପଡିବ ବୋଲି ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଅର୍ଥନୀତିରେ ବର୍ତ୍ତମାନ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଚାହିଦା ବଢାଇବା ଲାଗି ଶିଳ୍ପ ଜଗତ ଟିକସ ହ୍ରାସ ସପକ୍ଷରେ ରହିଛି। ଏହି ବୈଠକରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଅଧ୍ୟକ୍ଷତା କରିବାକୁ ଥିବା ବେଳେ ଦେଶର ବିଭିନ୍ନ ରାଜ୍ୟରୁ ଅର୍ଥମନ୍ତ୍ରୀ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକର ପ୍ରତିନିଧିମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ଦେଶର ଜିଡିପି ଅଭିବୃଦ୍ଧି ୫ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଥିବା ବେଳେ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି ସରକାର କେତେକ ଘୋଷଣା କରିଛନ୍ତି। ଢାଞ୍ଚାଗତ ଏବଂ ଚକ୍ରିୟ ଦୃଷ୍ଟିକୋଣରୁ ମାନ୍ଦାବସ୍ଥା ଆସିଥିବାରୁ ଜିଏସ୍‌ଟି ହ୍ରାସ ନେଇ କିଛି ରାଜ୍ୟ ଯୁକ୍ତି ବାଢିଛନ୍ତି। ପ୍ରଥମେ ରାଜସ୍ବ ହ୍ରାସ ପ୍ରସଙ୍ଗକୁ ବିଚାର କଲାପରେ ଜିଏସ୍‌ଟି ହ୍ରାସ ନେଇ ଚିନ୍ତା କରାଯିବ ବୋଲି ଅଧିକାରୀ କହିଛନ୍ତି।

ରାଜ୍ୟଗୁଡିକୁ ୧.୭୫ ଲକ୍ଷ କୋଟିର ଜିଏସ୍‌ଟି କ୍ଷତିପୂରଣ
ଚଳିତ ବର୍ଷ ଜୁଲାଇ ମାସ ଶେଷ ସୁଦ୍ଧା କେନ୍ଦ୍ର ସରକାର ରାଜ୍ୟଗୁଡିକୁ ଜିଏସ୍‌ଟି କ୍ଷତିପୂରଣ ବାଦବକୁ ୧.୭୫ ଲକ୍ଷ କୋଟି ଟଙ୍କା ପ୍ରଦାନ କରିଛନ୍ତି। ୨୦୧୭-୨୦୧୯ ମଧ୍ୟରେ ସରକାର ଜିଏସ୍‌ଟି କ୍ଷତିପୂରଣ ସେସ୍‌ ବାବଦକୁ ୧.୯୮ ଲକ୍ଷ କୋଟି ଟଙ୍କା ସଂଗ୍ରହ କରିଥିଲେ। ଏବେ କ୍ଷତିପୂରଣ ବାବଦ ପ୍ରଦାନ କରିବାକୁ ଥିବା ପାଣ୍ଠିରେ ୨୩,୩୯୧ କୋଟି ଟଙ୍କା ବଳକା ରହିଛି। ଏହି ପ୍ରସଙ୍ଗକୁ ମଧ୍ୟ ବୈଠକରେ ବିଚାର କରାଯିବ। ଟିକସ ସଂଗ୍ରହ କମୁଥିବାରୁ ପାଣ୍ଠିକୁ ଅର୍ଥ ଆସିବା ମଧ୍ୟ କମିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri