୨୦ରେ ବିଏମ୍‌ଏସ୍‌ର ଦେଶବ୍ୟାପୀ ଆନ୍ଦୋଳନ

ନୂଆଦିଲ୍ଲୀ,୧୬ା୫: କରୋନା ଭାଇରସ୍‌ ଯୋଗୁ ଜାରି ଲକ୍‌ଡାଉନ୍‌ ଫଳରେ ସୃଷ୍ଟି ହୋଇଥିବା ଅଚଳାବସ୍ଥା ପରିପ୍ରେକ୍ଷୀରେ ୯ ରାଜ୍ୟ ସେମାନଙ୍କ ଶ୍ରମ ଆଇନରେ ସଂଶୋଧନ ଆଣିଛନ୍ତି। ଭାଜପାର ବିଚାର ମାର୍ଗଦର୍ଶକ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ସମର୍ଥିତ ଭାରତୀୟ ମଜଦୁର ସଂଘ (ବିଏମ୍‌ଏସ୍‌) ଏହାକୁ ବିରୋଧ କରିଛି। ଭାଜପା ଶାସିତ ୩ ହିନ୍ଦୀଭାଷୀ ରାଜ୍ୟ ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ ଓ ଗୁଜରାଟ ଶ୍ରମ ଆଇନରେ ପରିବର୍ତ୍ତନର ପ୍ରତିବାଦରେ ବିଏମ୍‌ଏସ୍‌ ଦେଶବ୍ୟାପୀ ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇଛି। ସେହିପରି ରାଜସ୍ଥାନ, ଗୋଆ, ମହାରାଷ୍ଟ୍ର ଏବଂ ଓଡ଼ିଶା ଭଳି ବିରୋଧୀ ଦଳ ଶାସିତ ରାଜ୍ୟଗୁଡ଼ିକ ମଧ୍ୟ ଅଧ୍ୟାଦେଶ ଆଣି ଏହି ଆଇନକୁ ବଦଳାଇ କାର୍ଯ୍ୟ ସମୟ ବୃଦ୍ଧି କରିଥିବାରୁ ଏହାର ନିନ୍ଦା କରାଯାଇଛି। ଏପରି ପଦକ୍ଷେପ ଇତିହାସରେ କେବେ ଦେଖାଯାଇ ନ ଥିଲା। ଏପରି କି ସବୁଠୁ ଅଗଣତାନ୍ତ୍ରିକ ରାଷ୍ଟ୍ରଗୁଡ଼ିକ ମଧ୍ୟ କେବେ ଏଭଳି କରି ନ ଥିବା ବିଏମ୍‌ଏସ୍‌ ପକ୍ଷରୁ କୁହାଯାଇଛି। ରାଜ୍ୟ ସରକାରମାନଙ୍କ ଏପରି ଶ୍ରମିକ ବିରୋଧୀ ନୀତିର ପ୍ରତିବାଦରେ ମେ ୨୦ ତାରିଖରେ ଦେଶବ୍ୟାପୀ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ଏହି ସଙ୍ଗଠନ ପ୍ରସ୍ତୁତି ଆରମ୍ଭ କରିଛି। ବିଏମ୍‌ଏସ୍‌ ବ୍ୟତୀତ ଟ୍ରେଡ୍‌ ୟୁନିୟନ ଓ ବାମପନ୍ଥୀମାନେ ମଧ୍ୟ ରାଜ୍ୟଗୁଡ଼ିକର ପଦକ୍ଷେପକୁ ନିନ୍ଦା କରିଛନ୍ତି। ଗତ ସପ୍ତାହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶ୍ରମ ଆଇନରେ ସଂଶୋଧନକୁ ସମାଲୋଚନା କରି ଟୁଇଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri