୨୦ରେ ଲଘୁଚାପ, ଏଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୫ା୯(ବ୍ୟୁରୋ): ଆସନ୍ତା ୧୮ ତାରିଖରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୦ରୁ ୨୩ ତାରିଖ ଯାଏ ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସତର୍କ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ମୟୂଭରଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, କଟକ, ଗଞ୍ଜାମ ଏବଂ ବାଲେଶ୍ୱର ଜିଲାରେ ଘଡଘଡି ସହ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି। ମୌସୁମୀ ଦୁର୍ବଳ ଯୋଗୁ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ପୁରୀରେ ସର୍ବାଧିକ ୩୬.୪ ମିଲିମିଟର ହୋଇଥିବା ବେଳେ ପାରାଦୀପରେ ୩୧.୪ ଏବଂ ଯାଜପୁରରେ ୧୮ ମିଲିମିଟର ବର୍ଷା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ କିଣୁଛି କିଚେନ ଗାର୍ଡେନ

କାମାକ୍ଷାନଗର, ୫।୬  ଗୁଣ୍ଠେରୁ ସାମାନ୍ୟ ଅଧିକ ଜମି। ସବୁଜ କିଆରିରେ ଭରପୂର। କେଉଁଠି ଭେଣ୍ଡି ତ ଆଉ କେଉଁଠି ଜହ୍ନି। ଗୁଆଁର, ବାଇଗଣ, ଝୁଡ଼ଙ୍ଗ, ଅମୃତଭଣ୍ଡା...

ଯୋଡ଼ା ନାବାଳିକା ଗଣବଳାତ୍କାର ମାମଲା

ଭୁବନେଶ୍ୱର, ୨୮।୬(ବ୍ୟୁରୋ) : କେନ୍ଦୁଝର ଜିଲା ଯୋଡା ଅଞ୍ଚଳରେ ଗତ ସୋମବାର ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିଲେ। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ...

ସ୍ତନ୍ୟପାନବେଳେ ମା’ମାନେ ସଚେତନ ରୁହନ୍ତୁ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଶିଶୁର ଉତ୍ତମ ସ୍ବାସ୍ଥ୍ୟ ଏବଂ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ମା’ କ୍ଷୀର ହେଉଛି ସର୍ବୋତ୍ତମ ବିକଳ୍ପ। ମା’ କ୍ଷୀରରେ ଥିବା...

ଏପ୍ରିଲ ୧୮ରୁ ଲୋକସେବା ଭବନ ଯାଇପାରିବେ ଖବରଦାତା-ସାଧାରଣ ଲୋକେ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ହଟିଲା କଟକଣା। ଆସନ୍ତା ୧୮ରୁ ଲୋକସେବା ଭବନ ଯାଇପାରିବେ ସାଧାରଣ ଜନତା ଓ ଖବରଦାତା। ସାଧାରଣ ଲୋକେ ଅନଲାଇନରେ ପାସ୍‌ ନେଇ ଲୋକସେବା ଭବନକୁ...

ଥାନାକୁ ଆସିଲେନି ସୂର୍ଯ୍ୟକାନ୍ତ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ‘ମୋ ସାଇକେଲ’ କବାଡିଖାନାକୁ ଯିବା ତଥା ୩ଶହ ସାଇକେଲ ହଜିବା ନେଇ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ପକ୍ଷରୁ ଶହୀଦ ନଗର ଥାନାରେ...

ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ:ପଡ଼ିଆରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

କଟକ ଅଫିସ, ୧୩।୧୧:କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ମଙ୍ଗଳବାର ଆରମ୍ଭ ହୋଇଛି ଐତିହାସିକ କଟକ ବାଲିଯାତ୍ରା। ପ୍ରଥମ ଦିନରେ ବାଲିଯାତ୍ରା ପଡିଆକୁ ଚାହିଁଲେ ଲୋକ ମାଳମାଳ। ବିଶେଷକରି...

ଖୋଳତାଡ଼ କରିବ ଇଡି

ଭୁବନେଶ୍ୱର,୫।୮(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍‌) ବିରଞ୍ଚି ନାରାୟଣ...

ପୁନରୁଦ୍ଧାର ହେଉନି କଣ୍ଡସରା ନାଳ: ଦୁର୍ଦ୍ଦଶାରେ ଚାଷୀ

ରସୁଲପୁର, ୧୧।୬(ଡି.ଏନ୍‌.ଏ.): କୃଷି ଓ କୃଷକର ଉନ୍ନତି ଲାଗି କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା କରୁଛନ୍ତି। ଏଥିଲାଗି ବିପୁଳ ଟଙ୍କା ସରକାରୀ ତହବିଲରୁ...

Advertisement
Archives

Model This Week