୨୦ହଜାର ଲୁଟ୍‌ ଘଟଣା: ଜେଲ୍‌ ଗଲେ ୨ ଅଭିଯୁକ୍ତ

ରୂପ୍‌ସା, ୧୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଆଙ୍କୋ ମାର୍କେଟ୍‌ ଛକରୁ ଧରାପଡ଼ିଥିବା ୨ଲୁଟେରାଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।

ଗତ ୧୬ତାରିଖ ଅପରାହ୍ନରେ ଆଙ୍କୋ ଗ୍ରାମର ରନତ୍ାକର ବେହେରା ସ୍ଥାନୀୟ ୟୁନାଇଟେଡ଼ ବ୍ୟାଙ୍କ ଅଫ୍‌ ଇଣ୍ଡିଆରୁ ୨୦ହଜାର ଟଙ୍କା ଉଠାଇ ସାଇକେଲ ଯୋଗେ ଘରକୁ ଫେରୁଥିଲେ। ଗଞ୍ଜାମ ଜିଲା ଆସିକା ଥାନା ଅଞ୍ଚଳର ପି. ଅଜୟ ଓ କୋଦଳା ଥାନା ଅଞ୍ଚଳର ପି. ସୁଭାଷ ଏକ ବାଇକ୍‌ ଯୋଗେ ତାଙ୍କୁ ପିଛା କରି ଆଙ୍କୋ ୟୁପି ସ୍କୁଲ ନିକଟରୁ ଟଙ୍କା ଲୁଟ୍‌ କରି ଦ୍ରୁତବେଗରେ ପଳାଉଥିଲେ। ମାତ୍ର ଭାରସାମ୍ୟ ହରାଇ ଛକ ନିକଟରେ ପଡ଼ିଯିବାରୁ ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ କାବୁ କରିଥିଲେ। ଲୁଟେରାଦ୍ୱୟଙ୍କୁ ସ୍ଥାନୀୟ ଲୋକେ ନିର୍ଧୁମ ମାଡ଼ ମାରି ପୋଲିସଙ୍କୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ଆହତଦ୍ୱୟଙ୍କୁ ଚିକିତ୍ସା ପାଇଁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଏନେଇ ମାମଲା (ନଂ. ୮୪/୧୯) ସୋମବାର ସେମାନଙ୍କୁ ଚିକିତ୍ସାଳୟରୁ ଅଣାଯାଇ ପଚରାଉଚୁରା କରାଯାଇଥିଲା। ଅଭିଯୁକ୍ତଙ୍କଠାରୁ ଚୋରି ଟଙ୍କା ଓ ବାଇକ ଜବତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri