୨୦୦ଲିଟର ମଦ ଜବତ, ୨କୁଇଣ୍ଟାଲ ପୋଚ ନଷ୍ଟ

ସୋନପୁର,୨୨।୪(ନି.ପ୍ର.) – ଲକ୍‌ଡାଉନ୍‌ ସମୟରେ ସରକାରୀ ମଦ ଦୋକାନ(ଦେଶୀ ଓ ବିଦେଶୀ) ବନ୍ଦ ରହିଛି। ଏହା ସୁବର୍ଣ୍ଣପୁର ଜିଲାର ଚୋରା ମଦ ବ୍ୟବସାୟୀଙ୍କୁ ବେଶ୍‌ ସୁହାଉଛି । ଜଙ୍ଗଲରେ ବ୍ୟାପକ ଭାବେ ଦେଶୀ ମଦ ପ୍ରସ୍ତୁତ ହୋଇ ତମାମ ଜିଲାରେ ଖୁଲମ ଖୋଲା ବିକ୍ରି ହେଉଛି। ଉଲୁଣ୍ଡା ଥାନା ପତ୍ରାପାଲି ଜଙ୍ଗଲ ଅଞ୍ଚଳରେ ଦେଶୀ ମଦ ପ୍ରସ୍ତୁତ ହେଉଥିବା ବେଳେ ବୀରମହାରାଜପୁର ଅବକାରୀ ଉପନିରୀକ୍ଷକ ରମ୍ଭା ବାଗଙ୍କ ନେତୃତ୍ୱରେ ଟିମ୍‌ ମଙ୍ଗଳବାର ଚଢାଉ କରିଛି। ସେଠାରେ ବ୍ୟାପକ ଭାବେ ଦେଶୀ ମହୁଲି ମଦ ପ୍ରସ୍ତୁତି ହେଉଥିଲା। ବିଭାଗ ପକ୍ଷରୁ ୨୦୦ଲିଟର ମଦ ଜବତ କରାଯିବା ସହ ୨ କୁଇଣ୍ଟାଲ ପୋଚ ନଷ୍ଟ କରାଯାଇଛି। ସେହିପରି ମଦ ରନ୍ଧା ପାଇଁ ବ୍ୟବହୃତ ଆଲୁମିନିୟମ ହାଣ୍ଡି ଓ ପ୍ଲାଷ୍ଟିକ୍‌ ଡ୍ରମ୍‌ ଗୁଡିକୁ ଜବତ କରାଯାଇଛି। ମାତ୍ର ଅଭିଯୁକ୍ତଙ୍କୁ ଗିରଫ କରାଯାଇ ପାରିନି। ସେମାନେ ଖସି ପଳାଇଥିଲେ। ପ୍ରକାଶ ଯେ, ମଦ ବ୍ୟବସାୟୀମାନେ ଜଙ୍ଗଲକୁ ନିରାପଦ ସ୍ଥାନ ଭାବି ନାଳ, ଝରଣା ନିକଟରେ ମଦ ରାନ୍ଧୁଛନ୍ତି । ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇବା ପରେ ଅବକାରୀ ଅଧିକ୍ଷକ ସାମୁଏଲ ଏକ୍କାଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢାଉ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri