Posted inଫୁରସତ

୨୦୧୬ରେ ଆକାଶରୁ ଅଦୃଶ୍ୟ ହୋଇଥିଲା ଏହି ଯାତ୍ରୀବାହୀ ବିମାନ, ଆଜିପର୍ଯ୍ୟନ୍ତ କୌଣସି ସନ୍ଧାନ ମିଳିନାହିଁ

ବିଶ୍ୱରେ ଅନେକଥର ଏପରି କିଛି ଘଟଣା ଘଟିଛି, ଯାହାକୁ ବିଶ୍ୱାସ କରିବା କେବେ ସହଜ ନୁହେଁ। ୨୦୧୬ ମସିହାରେ ଠିକ୍‌ ଏମିତି ଏକ ଘଟଣା ଘଟିଥିଲା। ପ୍ୟାରିସ୍‌ର ଅତ୍ୟାଧୁନିକ ଏୟାରପୋର୍ଟରୁ ମିଶରର କାଇରୋ ସହରକୁ ଏକ ଏୟାରବସ୍‌-୩୨୦ ପ୍ରାୟ ୬୦ ଯାତ୍ରୀଙ୍କୁ ନେଇ ଯିବା ସମୟରେ ହଠାତ୍‌ ଆକାଶରୁ ଅଦୃଶ୍ୟ ହୋଇଯାଇଥିଲା। ଏହି ରହସ୍ୟମୟ ଘଟଣା ଘଟିବାର ଅନେକ ଦିନ ବିତିଗଲାଣି, କିନ୍ତୁ ଏପର୍ଯ୍ୟନ୍ତ ଏ ସମ୍ପର୍କରେ କୌଣସି ସନ୍ଧାନ ମିଳିନାହିଁ। ଇଜିପ୍ଟ ଏୟାରଲାଇନ୍ସର ଏହି ଯାତ୍ରୀବାହୀ ବିମାନଟି ପ୍ୟାରିସରୁ ୧୮ ମେ’ ୨୦୧୬ରେ ଇଜିପ୍ଟର କାଇରୋ ସହର ଅଭିମୁଖେ ଉଡ଼ିଥିଲା। ଏହି ଚାରି ଘଣ୍ଟିଆ ବିମାନଟି ୩ ଘଣ୍ଟା ୪୦ମିନିଟର ଯାତ୍ରା ସମାପ୍ତ କରିଥିଲା। ଲ୍ୟାଣ୍ଡ୍‌ କରିବାକୁ ମାତ୍ର ୨୦ ମିନିଟ୍‌ ବାକିଥିଲା। କିନ୍ତୁ ହଠାତ୍‌ ଏହି ବିମାନ ଟ୍ରାଫିକ୍‌ କେନ୍ଦ୍ର ସହିତ ସମ୍ପର୍କ ହରାଇଲା। ଯଦିଓ ଏହାର ନିଖୋଜ ବିଷୟରେ ଅନେକ ଘଟଣା ଘଟିଥିଲା କିନ୍ତୁ ବିମାନ ସମ୍ପର୍କରେ କିଛି ଜଣା ପଡ଼ି ନ ଥିଲା।


ପ୍ରଥମେ ଅନୁମାନ କରାଯାଉଥିଲା ଯେ, ବିମାନଟି ହୁଏତ ଆତଙ୍କବାଦୀଙ୍କ ଦ୍ୱାରା ଅପହରଣ ହୋଇଥାଇପାରେ। କିନ୍ତୁ ପରେ ସେପରି କୌଣସି ଖବର ମିଳିଲା ନାହିଁ। ଏହା ପରେ ପୁଣି ଅନୁମାନ କରାଯାଉଥିଲା, ବିମାନଟି କୌଣସି ସ୍ଥାନରେ ଦୁର୍ଘଟଣାଗ୍ରସ୍ତ ହୋଇଥାଇପାରେ। ଏହି ବିଷୟରେ ପୁନର୍ବାର ଏକ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ଅନେକ ଦେଶରେ ଖୋଜାଖୋଜି କରାଯାଇଥିଲେ ମଧ୍ୟ ଏ ସମ୍ପର୍କରେ କୌଣସି ଆଜି ପର୍ଯ୍ୟନ୍ତ କୌଣସି ସନ୍ଧାନ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri