୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ, ଆଞ୍ଚଳିକ ଦଳ ମଧ୍ୟରେ ସର୍ବାଧିକ;ଦ୍ୱିତୀୟରେ ଜେଡି(ୟୁ), ୱାଇଏସ୍‌ଆର ତୃତୀୟ

ଭୁବନେଶ୍ୱର,୨୧।୫(ବ୍ୟୁରୋ)- ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଏହା ଦେଶର ଏହି ସମୟରେ ମିଳିଥିବା ସମସ୍ତ ଆଞ୍ଚଳିକ ଦଳଠାରୁ ଅଧିକ। ବିଜେଡି ପଛକୁ ବିହାରରେ କ୍ଷମତାସୀନ ଜେଡି(ୟୁ) ରହିଛି। ଭାରତୀୟ ନିର୍ବାଚନ କମିଶନ(ଇସି) ନିକଟରେ ୧୫ଟି ପ୍ରମୁଖ ଆଞ୍ଚଳିକ ଦଳର ଆୟ ନେଇ ତଥ୍ୟ ପ୍ରଦାନ କରିଛନ୍ତି। ଏହି ତଥ୍ୟରେ ଚାନ୍ଦା ବାବଦକୁ ୨୦,୦୦୦ରୁ କମ୍‌ ପରିମାଣ ଚାନ୍ଦାର ବିବରଣୀ ରହିଛି। ବିଜେଡିକୁ ମୋଟ ୬ଟି ଦାନରୁ ୧୩ କୋଟି ୪ ଲକ୍ଷ ଚାନ୍ଦା ମିଳିଥିବା ଜଣାପଡିଛି। ଆସୋସିଏଶନ୍‌ ଫର ଡେମୋକ୍ରାଟିକ୍‌ ରିଫର୍ମ(ଏଡିଆର) ୱେବସାଇଟ୍‌ରେ ଏହି ସବୁ ଦାନ ସମ୍ପର୍କରେ ଉଲ୍ଲେଖ କରାଯାଇଛି।

ବିଜେଡି ପଛକୁ ଥିବା ଜେଡି(ୟୁ) ୧୧ କୋଟି ୧୯ ଲକ୍ଷ, ୱାଇଏସ୍‌ଆର କଂଗ୍ରେସ ୮ କୋଟି ୩୫ ଲକ୍ଷ, ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ୮ କୋଟି ୩୨୬ ଲକ୍ଷ ଟଙ୍କା ଅନୁଦାନ ହାତେଇ ପାରିଛି। ଏମାନଙ୍କ ପରେ ଟିଆରଏସ୍‌ ୩.୩୦୭ କୋଟି ଟଙ୍କା, ଅକାଳୀ ଦଳକୁ ୨.୨୮୯ କୋଟି, ଟିଡିପିକୁ ୧୭.୩୭, ଏସ୍‌ଏଚ୍‌ଏସ୍‌କୁ ୧.୬୭୬ କୋଟି, ଡିଏମ୍‌କେ ୧.୨୭୯ ଏବଂ ଏସ୍‌ଡିଏଫକୁ ୦.୮୫ କୋଟି ଟଙ୍କାର ଚାନ୍ଦା ମିଳିଛି। ଏହି ସବୁ ଅନୁଦାନ ରାଜନୈତିକ ଦଳମାନଙ୍କୁ ଚାନ୍ଦା ଏବଂ ନିର୍ବାଚନୀ ବଣ୍ଡ ଆକାରରେ ପ୍ରଦାନ କରିଥିବା ଜଣାପଡିଛି। ଏଡିଆର ୱେବସାଇଟ୍‌ରୁ ମିଳିଥିବା ତଥ୍ୟ ଅନୁଯାୟୀ ୨୦୧୬-୧୭ରେ ବିଜେଡିକୁ କୌଣସି ଚାନ୍ଦା ମିଳି ନ ଥିଲା। ସେହିପରି ଜେଡି(ୟୁ)କୁ ୧ କୋଟି ୪ ଲକ୍ଷ, ୱାଇଏସ୍‌ଆର କଂଗ୍ରେସ ୦.୪୨ କୋଟି, ଏଏପିକୁ ୨୪.୭୩ କୋଟି ଏବଂ ଟିଆରଏସ୍‌କୁ ୦.୩୪ କୋଟି ଟଙ୍କାର ଅନୁଦାନ ମିଳିଛି। ୨୦୧୭-୧୮ରେ ମିଳିଥିବା ଦାନଗୁଡିକ ମଧ୍ୟରୁ ଆଞ୍ଚଳିକ ଦଳଗୁଡିକୁ ୫୪.୮୧ କୋଟି ଟଙ୍କାର ଦାନ ମିଳିଛି। ତନ୍ମଧ୍ୟରୁ ୪୩୪ ଦାତା ନଗଦ ଅର୍ଥ ବାବଦକୁ କେବଳ ୭୭.୪୯ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଏହା ମୋଟ ଦାନର ମାତ୍ର ୧.୪୦ ପ୍ରତିଶତ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri