୨୦୧୮-୧୯ରେ ୭୧,୫୪୩ କୋଟିର ବ୍ୟାଙ୍କ ଠକେଇ

ମୁମ୍ବାଇ,୨୯-୮: ଦେଶରେ ଗତ ଆର୍ଥିକ ବର୍ଷ ବ୍ୟାଙ୍କ ଠକେଇ ମାମଲା ବାର୍ଷିକ ଆଧାରରେ ୧୫% ବୃଦ୍ଧି ପାଇଛି। ଏହି ସମୟରେ ଠକେଇ ପରିମାଣ ୭୩.୮% ବଢ଼ି ୭୧,୫୪୨.୯୩ କୋଟି ଟଙ୍କାରେ ପହଞ୍ଚତ୍ୟାଇଛି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ବାର୍ଷିକ ରିପୋର୍ଟରେ ଏ ସମ୍ପର୍କରେ ତଥ୍ୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ, ୨୦୧୮-୧୯ ଆର୍ଥିକ ବର୍ଷରେ ୬୮୦୧ ବ୍ୟାଙ୍କ ଠକେଇ ମାମଲା ସାମ୍ନାକୁ ଆସିଛି। ଅନ୍ୟପକ୍ଷରେ ଦେଶରେ ଏବେ ନଗଦ ଅର୍ଥର ପରିମାଣ ୧୭% ବୃଦ୍ଧି ପାଇ ୨୧.୧୦ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ରିପୋର୍ଟରେ କୁହାଯାଇଛି ଯେ, ଆର୍‌ବିଆଇର କଣ୍ଟିଜେନ୍ସି ଫଣ୍ଡ ପରିମାଣ ହ୍ରାସ ପାଇ ୧,୯୬,୩୪୪ କୋଟି ଟଙ୍କା ହୋଇଛି। ଗତବର୍ଷ ଏହି ସମୟରେ ଏହା ୨,୩୨,୧୦୮ କୋଟି ଟଙ୍କା ଥିଲା। ଅତିରିକ୍ତ ପାଣ୍ଠିରୁ ଆର୍‌ବିଆଇ ସରକାରଙ୍କୁ ୫୨,୦୦୦ କୋଟି ଟଙ୍କା ଦେବାକୁ ଯାଉଛି। ସେହିପରି ବଳକା ପାଣ୍ଠିରୁ କେନ୍ଦ୍ରୀୟ ବ୍ୟାଙ୍କ ୧.୨୩ ଲକ୍ଷ କୋଟି ଟଙ୍କା ସରକାରଙ୍କୁ ଦେବାକୁ ଘୋଷଣା କରିସାରିଛି। ରିପୋର୍ଟ ଅନୁଯାୟୀ ଆର୍‌ବିଆଇର ଘରୋଇ ସ୍ରୋତରୁ ଆୟ ଜୁନ୍‌ ୩୦ରେ ଶେଷ ହୋଇଥିବା ଅବଧିରେ ୧୩୨.୦୭ ପ୍ରତିଶତ ବଢ଼ି ୧,୧୮,-୭୮ କୋଟି ଟଙ୍କା ରହିଛି, ଯାହା କି, ପୂର୍ବବର୍ଷ ୫୦,୮୮୦ କୋଟି ଟଙ୍କା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri