Posted inଜାତୀୟ

୨୦୧୯ ନିର୍ବାଚନ ପରେ ଆଜମଗଡ଼ରୁ ଅଖିଳେଶ ନିଖୋଜ: ଭାଇରାଲ ହେଉଛି ପୋଷ୍ଟର

ଆଜମଗଡ଼,୮।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ଯେଉଁ ବିରୋଧ ପ୍ରଦର୍ଶନ କରାଯାଉଛି ଏବେ ତାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ବିଲରିୟାଗଞ୍ଜରେ ହେଉଥିବା ବିରୋଧ ପ୍ରଦର୍ଶନକୁ ନେଇ ପ୍ରଥମ ଦିନରେ ସମାଜବାଦୀ ପାର୍ଟି କଂଗ୍ରେସକୁ ଟାର୍ଗେଟ କରିଥିଲା। ଏବେ ଏହାକୁ ନେଇ କଂଗ୍ରେସ ଅଖିଳେଶ ଯାଦବଙ୍କ ବିରୋଧରେ ପୋଷ୍ଟର ଓ୍ବାର ଆରମ୍ଭ କରିଦେଇଛି। ସହରରେ ବିଭିନ୍ନ ସ୍ଥାନରେ ଲାଗିଥିବା ପୋଷ୍ଟର ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି। ଏଥିରେ କଂଗ୍ରେସ ପ୍ରଶ୍ନ କରିଛି ସିଏଏ ଓ ଏନ୍‌ଆର୍‌ସିକୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ମୁସଲିମ ମହିଳାଙ୍କ ପ୍ରତି ପୋଲିସର ବର୍ବରତାକୁ ନେଇ କାହିଁକି ଅଖିଳେଶ ଚୁପ ରହିଛନ୍ତି। ଏହାକୁ ନେଇ ପୋଷ୍ଟର ଓ୍ବାର ଆରମ୍ଭ ହୋଇଥିବା ବେଳେ ଉକ୍ତ ପୋଷ୍ଟରରେ ଲେଖାଯାଇଛି, ୨୦୧୯ ନିର୍ବାଚନ ପରଠାରୁ ଅଖିଳେଶ ଆଜମଗଡ଼ରୁ ନିଖୋଜ ହୋଇଯାଇଛନ୍ତି। ପୋଷ୍ଟରରେ ଅଖିଳେଶଙ୍କ ଫଟୋ ଲାଗିଥିବା ବେଳେ ତାଙ୍କ ମୁହଁରେ ଟେପ୍‌ ଲଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri