Posted inଖେଳ

୨୦୨୦ ଟୋକିଓ ନିର୍ମାଣ ଶ୍ରମିକଙ୍କ ମୃତ୍ୟୁ

ଟୋକିଓ,୯।୮(ଏଏଫ୍‌ପି): ଟୋକିଓ ୨୦୨୦ ଅଲିମ୍ପିକ୍ସ ନିର୍ମାଣାଧୀନ ଅଞ୍ଚଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତେବେ ଜାପାନର ରାଜଧାନୀରେ ଅତ୍ୟଧିକ ଗରମ ଯୋଗୁ ହୃଦ୍‌ଘାତରେ ଉକ୍ତ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ପ୍ରକାଶ ପାଇଛି। ୫୦ ବର୍ଷୀୟ ଶ୍ରମିକଙ୍କ ମୃତଦେହ ନିର୍ମାଣ ଅଞ୍ଚଳର ଗ୍ରାଉଣ୍ଡରେ ପଡ଼ିଥିବା ଦେଖିବାକୁ ମିଳିଥିଲା, ଯେଉଁଠାରେ ବିଦ୍ୟୁତ ତାର ପଡ଼ିଥିଲା। ତାଙ୍କୁ ମେଡିକାଲ ନିଆଯାଇଥିଲା। ସେଠାରେ ମୃତ ଘୋଷଣା କରାଯାଇଥିଲା ବୋଲି ଅଲିମ୍ପିକ୍ସ ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ତାଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। କିନ୍ତୁ କିଛି ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟରେ ହୃଦ୍‌ଘାତ ଯୋଗୁ ମୃତ୍ୟୁ ଘଟିଥିବା କୁହାଯାଇଛି। ଏହା ଟୋକିଓ ଅଲିମ୍ପିକ୍ସ ନିର୍ମାଣ ଅଞ୍ଚଳରେ ୩ୟ ମୃତ୍ୟୁ ଘଟଣା। ପୂର୍ବରୁ ଜଣେ ଅତ୍ୟଧିକ କାର୍ଯ୍ୟଭାର ସହି ନ ପାରି ଆତ୍ମହତ୍ୟା କରିଥିବାବେଳେ ଆଉ ଜଣେ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ଟୋକିଓରେ ଚାଲିଥିବା ଗରମ ପରିବେଶ ଅଲିମ୍ପିକ୍ସ ଆୟୋଜକଙ୍କ ଲାଗି ଚିନ୍ତାର କାରଣ ପାଲଟିଛି। ଲମ୍ବା ବର୍ଷାଋତୁ ଶେଷ ହେବା ପରେ ଗରମ ପୁଣି ଫେରିଛି। ଗତ ସପ୍ତାହରେ ୧୮ ହଜାର ଲୋକ ମେଡିକାଲରେ ଭର୍ତ୍ତି ହୋଇଥିବାବେଳେ ୫୭ଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri