୨୦୨୦ ପରେ ଭାରତର ଅଭିବୃଦ୍ଧି ତ୍ୱରାନ୍ବିତ ହେବ: ବିଲ୍‌ ଗେଟ୍‌ସ

ନୂଆଦିଲ୍ଲୀ,୧୭-୧୧:ଭାରତ ନିକଟରେ ଦ୍ରୁତ ଅଭିବୃଦ୍ଧି ହାସଲ କରିବାର ଅନେକ କ୍ଷମତା ରହିଛି। ୨୦୨୦ ପରେ ଭାରତର ଜିଡିପି ଅଭିବୃଦ୍ଧି ତ୍ୱରାନ୍ବିତ ହେବ ବୋଲି ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ ରବିବାର କହିଛନ୍ତି। ଭାରତର ଜିଡିପି ଅଭିବୃଦ୍ଧି ୬ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଥିବା ବେଳେ ସରକାରଙ୍କୁ ଏନେଇ ଅର୍ଥନୀତିଜ୍ଞ ସମାଲୋଚନା କରିଛନ୍ତି। ଏଭଳି ସ୍ଥିତିରେ ଅଭିବୃଦ୍ଧି ନେଇ ବିଲ୍‌ ଗେଟ୍‌ସର ମନ୍ତବ୍ୟ ଆସିଛି। ସେ କହିଛନ୍ତି, ବିକାଶ କ୍ଷେତ୍ରରେ ଆଗାମୀ ଦଶକ ଭାରତର ହେବ। ଏକ ବୃହତ୍‌ ସଂଖ୍ୟକ ଜନସଂଖ୍ୟାକୁ ଗରିବୀରୁ ବାହାରକୁ ଆଣିବା ଦିଗରେ ସରକାର କାର୍ଯ୍ୟ କରିବା ନେଇ ସେ ଆଶାବାଦୀ। ଶିକ୍ଷା ଏବଂ ସ୍ବାସ୍ଥ୍ୟ କ୍ଷେତ୍ରରେ ଅଧିକ ନିବେଶ ହେବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଏହାବାଦ ଗେଟ୍‌ସ ଆଧାର ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ମାନ୍ଦାବସ୍ଥା କେବେ ଯାଏ ରହିବ ସେ ଉପରେ ଗେଟସ ସ୍ପଷ୍ଟ ଭାବେ କୌଣସି କଥା କହି ନାହାନ୍ତି। ହେଲେ ଆଗାମୀ ଦଶକରେ ଭାରତ ନିକଟରେ ବିକାଶର ଅନେକ ସମ୍ଭାବନା ଥିବା ମତ ରଖିଛନ୍ତି। ଭାରତ ନିକଟରେ ଅଭିବୃଦ୍ଧିର ସମସ୍ତ ସମ୍ଭାବନା ଥିବାରୁ ଏହା ଅଭିବୃଦ୍ଧି ଦିଗରେ ବଢି ପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri