୨୦୨୧ଇଦ୍‌ରେ ‘ଦବଙ୍ଗ’ ପ୍ରଶଂସକ ପାଳିବେ ଦୀପାବଳି

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ତାଙ୍କ ପ୍ରଶଂସକଙ୍କୁ ଖୁସି ଖବର ଦେଇଛନ୍ତି। ‘ଦବଙ୍ଗ -୩’ ପରେ ଏବେ ସେ ୨୦୨୧ ଇଦ୍‌ରେ ପରଦାକୁ ଆସୁଥିବା ତାଙ୍କ ଅଭିନୀତ ଫିଲ୍ମ ବିଷୟରେ ଘୋଷଣା କରିଛନ୍ତି। ଆଉ ଏହାର ଟାଇଟଲ ଜାଣିବା ପରେ ତାଙ୍କ ପ୍ରଶଂସକ ଇଦ୍‌ ଓ ଦୀପାବଳି ଏକାସାଙ୍ଗେ ପାଳନ କରିବେ ବୋଲି ସେ କହିଛନ୍ତି। କାହିଁକିନା ଫିଲ୍ମର ଟାଇଟଲ ରହିଛି ‘କଭି ଇଦ୍‌ କଭି ଦିଓ୍ବାଲି’। ଏହାର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ଫରହାଦ ସାମଜୀ ଓ ପ୍ରଯୋଜକ ଅଛନ୍ତି ସାଜିଦ ନାଡିୟାଡଓ୍ବାଲା। ଫରହାଦ ୨୦୧୯ରେ ପରଦାକୁ ଆସିଥିବା ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ହାଉସଫୁଲ୍‌-୪’ର ନିର୍ଦ୍ଦେଶନା ଦେଇଥିଲେ। ଯାହା ୨ଶହ କୋଟିରୁ ଊର୍ଦ୍ଧ୍ୱ ବ୍ୟବସାୟ କରିଥିଲା। ତେବେ ସଲମାନଙ୍କ ଅଭିନୀତ ଫିଲ୍ମରେ ଫରହାଦ ପ୍ରଥମଥର ନିର୍ଦ୍ଦେଶକ ଭାବେ କାମ କରିବେ ବୋଲି ଜଣାପଡିଛି। ଫିଲ୍ମର ଅନ୍ୟ ଷ୍ଟାରକାଷ୍ଟଙ୍କ ସମ୍ପର୍କରେ କିଛି ତଥ୍ୟ ଜଣାପଡି ନ ଥିବା ବେଳେ ସଲମାନ ତାଙ୍କ ଟୁଇଟରରେ ଫିଲ୍ମ ସମ୍ପର୍କରେ ସୂଚନା ଦେଇଛନ୍ତି। ଫିଲ୍ମର କାହାଣୀ ମଧ୍ୟ ସାଜିଦ ନାଡିୟାଡଓ୍ବାଲାଙ୍କର ବୋଲି ଜଣାପଡିଛି। ଏହାପୂର୍ବରୁ ସଲମାନ ‘କିକ୍‌’ରେ ସାଜିଦଙ୍କ ସହ କାମ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri