୨୦୨୧ ଅଲିମ୍ପିକ୍ସ: ସ୍ଥାନ ବଜାୟ ରଖିବେ ଯୋଗ୍ୟ ଆଥଲେଟ୍‌

ପ୍ୟାରିସ୍‌, ୨୭।୩(ଏଏଫ୍‌ପି): କୋଭିଡ-୧୯ ସଂକ୍ରମଣ ଲାଗି ୨୦୨୦ ଟୋକିଓ ଅଲିମ୍ପିକ୍ପ ସ୍ଥଗିତ ରହିଛି ଓ ଗୋଟିଏ ବର୍ଷ ଘୁଞ୍ଚିଯାଇଛି। ତେବେ ଏହା ସତ୍ତ୍ୱେ ଯେଉଁ ଆଥଲେଟ୍‌ମାନେ ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି ସେମାନେ ସ୍ଥାନ ବଜାୟ ରଖିବେ। ଅର୍ଥାତ୍‌ ୨୦୨୧ରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସରେ ମଧ୍ୟ ଏମାନେ ଅଂଶଗ୍ରହଣ କରିବାର ସୁଯୋଗ ହାସଲ କରିବେ ବୋଲି ବିଶ୍ୱସ୍ତ ସୁତ୍ରରୁ ଜଣାଯାଇଛି। ଅଲିମ୍ପିକ୍ସରେ ୧୧,୦୦୦ ଆଥଲେଟ୍‌ ଅଂଶଗ୍ରହଣ କରିବାର ଥିଲା। ଏମାନଙ୍କ ମଧ୍ୟରୁ ୫୭ ପ୍ରତିଶତ ଆଥଲେଟ୍‌ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଯୋଗ୍ୟତା ହାସଲ କରିଥିଲେ। ତେଣୁ ଆସନ୍ତାବର୍ଷ ଯେତେବେଳେ ଅଲିମ୍ପିକ୍ସ ଆୟୋଜନ ହେବ ସେତେବେଳେ ଏହି ଆଥଲେଟ୍‌ମାନେ ଭାଗ ନେବା ନିଶ୍ଚିତ ବୋଲି କୁହାଯାଇଛି।
ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ୩୨ଟି ଅନ୍ତର୍ଜାତୀୟ ସ୍ପୋଟର୍‌ସ ଫେଡେରେଶନ ଟେଲି କନ୍‌ଫୋରେନ୍ସ ମାଧ୍ୟମରେ ଗୁରୁବାର ଏ ସଂକ୍ରାନ୍ତରେ ସବିଶେଷ ଆଲୋଚନା କରିଥିଲେ। ଯେଉଁ ଆଥଲେଟ୍‌ମାନେ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି ସେମାନଙ୍କ କ୍ୱାଲିଫିକେଶନକୁ ସମ୍ମାନ ଦିଆଯିବ ବୋଲି ଏଥିରେ ସହମତି ପ୍ରକାଶ ପାଇଥିଲା। ଆଇଓସି ଅଧ୍ୟକ୍ଷ ଥୋମାସ ବାକ୍‌ ପ୍ରଥମେ ଅଲିମ୍ପିକ୍ସ ଘୁଞ୍ଚିବା ନେଇ ସମସ୍ତଙ୍କୁ ବୁଝାଇଥିଲେ। ଏହାପରେ ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବା ଆଥଲେଟ୍‌ ସ୍ବତଃପ୍ରବୃତ୍ତ ଭାବେ ୨୦୨୧ ପାଇଁ ଯୋଗ୍ୟ ବିବେଚିତ ହେବେ ବୋଲି ସ୍ପଷ୍ଟ କରିଥିଲେ। କେବେ ଓ କିଭଳି ଖେଳାଳିମାନେ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିବେ ସେ ନେଇ ଚର୍ଚ୍ଚା ହୋଇଥିଲା। ତେବେ କେତେକ ଫେଡେରେଶନର ଆଥଲେଟ ଅଲିମ୍ପିକ୍ସ ପାଇଁ ଏପର୍ଯ୍ୟନ୍ତ ଯୋଗ୍ୟତା ହାସଲ କରିନାହାନ୍ତି। ତେବେ ଏଥିପାଇଁ ଅତିକମ୍‌ରେ ୩ ମାସର ସମୟ ଆବଶ୍ୟକ ବୋଲି ସେ କହିଛନ୍ତି।
ଟୋକିଓ ଅଲିମ୍ପିକ୍ସ ଜୁଲାଇ ୨୪ରୁ ଆରମ୍ଭ ହୋଇ ଅଗଷ୍ଟ ୯ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ରହିଥିଲା। ତେବେ ବାକ୍‌ ଓ ଆୟୋଜକ ଦେଶ ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେ ଟେଲିଫୋନରେ କଥା ହେବା ପରେ ମିଳିତ ଭାବେ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇବା ପାଇଁ ଐତିହାସିକ ନିଷ୍ପତ୍ତି ନେଇଥିଲେ। ସାରା ବିଶ୍ୱରେ ଶାନ୍ତି ବିରାଜମାନ ଥିବା ବେଳେ ପ୍ରଥମଥର ପାଇଁ ଅଲିମ୍ପିକ୍ସକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା। ତେବେ ଅଲିମ୍ପିକ୍ସ ପୁଣି କେବେ ଆୟୋଜନ ହେବ ସେ ନେଇ କୌଣସି ତାରିଖ ଘୋଷଣା କରାଯାଇ ନାହିଁ। ତେବେ ୨୦୨୧ ଗ୍ରୀଷ୍ମ ପୂର୍ବରୁ ଅଲିମ୍ପିକ୍ସ ଆୟୋଜନ କରାଯିବ ବୋଲି ବାକ୍‌ କହିଛନ୍ତି।
ସାରା ବିଶ୍ୱରେ ବକ୍ସିଂ ଭଳି ଏକାଧିକ ଅଲିମ୍ପିକ କ୍ରୀଡ଼ାର କ୍ୱାଲିଫାଇଙ୍ଗ୍‌ ଟୁର୍ନାମେଣ୍ଟଗୁଡିକ ଆୟୋଜନରେ ବାଧା ସୃଷ୍ଟି ହୋଇଛି। ସେଲିଂରେ ୯୦ ପ୍ରତିଶତ ଖେଳାଳି ଯୋଗ୍ୟତା ହାସଲ କରିସାରିଛନ୍ତି। ଆଗାମୀ ୪ ସପ୍ତାହ ମଧ୍ୟରେ ୨୦୨୧ ଅଲିମ୍ପିକ୍ସର ନୂଆ ତାରିଖ ଧାର୍ଯ୍ୟ କରାଯିବ। ଅବଶ୍ୟ ବିଭିନ୍ନ ଫେଡେରେଶନ ସେମାନଙ୍କ ସୁବିଧା ଅନୁଯାୟୀ ଭିନ୍ନ ଭିନ୍ନ ତାରିଖ ନେଇ ପ୍ରସ୍ତାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri