Posted inଜାତୀୟ

୨୦୨୧ ଜନଗଣନା ପରେ ସାରା ଦେଶରେ ଲାଗୁ ହେବ ଏନ୍‌ଆର୍‌ସି

ନୂଆଦିଲ୍ଲୀ,୨।୧୧: ରାଷ୍ଟ୍ରୀୟ ସ୍ତରରେ ୨୦୨୧ରେ ଜନ ଗଣନା ସରିବା ପରେ ସାରା ଦେଶରେ ଆସାମ ଭଳି ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏନ୍‌ଆର୍‌ସି) ଲାଗୁ କରାଯିବ ବୋଲି ଜଣାପଡିଛି। ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ଆନୁଷଙ୍ଗିକ ସଂଗଠନ, ସରକାରୀ ପ୍ରତିନିଧି ଓ ଭାଜପା ନେତାଙ୍କ ମାରାଥନ ବୈଠକ ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ରାଜଧାନୀରେ ଅନୁଷ୍ଠିତ ଏହି ବୈଠକ ଗୁରୁବାର ଶେଷ ହୋଇଥିବା ବେଳେ ଏଥିରେ ଭବିଷ୍ୟତର ନୂଆ ଜନସଂଖ୍ୟା ନୀତି, ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସେଠାକାର ସ୍ଥିତି, ଅଯୋଧ୍ୟା ବିବାଦ ଆଦିକୁ ନେଇ ଚର୍ଚ୍ଚା ହୋଇଥିଲା। ଏହି ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ଓ ସଙ୍ଗଠନର ମହାସଚିବ ବିଏଲ୍‌ ସନ୍ତୋଷ ଭାଗ ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri