Posted inଜାତୀୟ

୨୦୨୧ ଫେବୃୟାରୀରେ ଜନଗଣନା

ନୂଆଦିଲ୍ଲୀ,୨ା୭(ପି.ଟି.): ୨୦୨୧ ଜନଗଣନା ଲାଗି ଆସନ୍ତା ଅଗଷ୍ଟ ୧୨ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସାରା ଦେଶରେ ପ୍ରାକ୍‌ ପରୀକ୍ଷା କରାଯିବ ବୋଲି ରେଜିଷ୍ଟ୍ରାର ଜେନେରାଲ ତଥା ଜନଗଣନା କମିଶନର ବିବେକ ଜୋଷୀ ଘୋଷଣା କରିଛନ୍ତି।
ଭାରତର ୧୪୦ ବର୍ଷର ଜନଗଣନା ଇତିହାସରେ ପ୍ରଥମ ଥର ଲାଗି ମୋବାଇଲ ଆପ୍‌ ବ୍ୟବହାର ହେବାକୁ ଯାଉଛି। ଏହା ବିଶ୍ୱରେ ସର୍ବବୃହତ ଜନଗଣନା କାର୍ଯ୍ୟ ଯେଉଁଥିରେ ମୋଟ ୩୩ ଲକ୍ଷ କର୍ମଚାରୀ ନିୟୋଜିତ ହେବେ। ସେମାନେ ଘରକୁ ଘର ଯାଇ ଲୋକଙ୍କଠାରୁ ତଥ୍ୟ ସଂଗ୍ରହ କରିବେ। ଜନଗଣନା କେବଳ ମୁଣ୍ଡଗଣତି ନୁହେଁ, ଏଥିରୁ ମୂଲ୍ୟବାନ୍‌ ସାମାଜିକ-ଅର୍ଥନୈତିକ ତଥ୍ୟ ସଂଗ୍ରହ ହୋଇଥାଏ, ଯାହା ସରକାରଙ୍କୁ ବିଭିନ୍ନ ନୀତି ପ୍ରଣୟନ କରିବା ଓ ପାଣ୍ଠି ମଞ୍ଜୁର କରିବାରେ ସହାୟକ ହୋଇଥାଏ।
୨୦୨୧ ଜନଗଣନା ଦୁଇ ପର୍ଯ୍ୟାୟରେ ହେବ। ପ୍ରଥମ ପର୍ଯ୍ୟୟରେ ୨୦୨୦ ଏପ୍ରିଲରୁ ସେପ୍ଟେମ୍ବର ମଧ୍ୟରେ ଘର ଗଣନା କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ପ୍ରକୃତ ଜନଗଣନା ୨୦୨୧ ଫେବୃୟାରୀ ୯ରୁ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ ଏବଂ ମାର୍ଚ୍ଚ ୧ରୁ ୫ ମଧ୍ୟରେ ଏହାର ପୁନରାବଲୋକନ କରାଯିବ। ତେବେ ତୁଷାରପାତ ହେଉଥିବା ଜମ୍ମୁ-କଶ୍ମୀର, ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ଜନଗଣନା ୨୦୨୦ ସେପ୍ଟେମ୍ବର ୧୧ରୁ ୩୦ ମଧ୍ୟରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

କିଏ ହେବ ଆଶା ଭୋସଲେଙ୍କ ସମ୍ପତ୍ତିର ଉତ୍ତରଧିକାରୀ? ୟାଙ୍କୁ ମିଳିବ କୋଟି କୋଟି ଟଙ୍କାର ସମ୍ପତ୍ତି…

ମୁମ୍ୱାଇ: ବଲିଉଡର ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ଆମ ମଧ୍ୟରେ ନାହାନ୍ତି। ଆଠ ଦଶନ୍ଧି ଧରି ହିନ୍ଦୀ ସିନେମାକୁ ତାଙ୍କର ସୁମଧୁର କଣ୍ଠସୱରରେ ସୁନ୍ଦର କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri