୨୦୨୧ ମାର୍ଚ୍ଚରେ ସରିବ ଓଡ଼ିଶା ଜନଗଣନା

ଭୁବନେଶ୍ୱର, ୬ା୭ (ବ୍ୟୁରୋ): ଓଡ଼ିଶାରେ ଜନଗଣନା ୨୦୨୧ ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ସଚିବାଳୟଠାରେ ଅନୁଷ୍ଠିତ ଏହି ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଜନଗଣନା ସମ୍ବନ୍ଧିତ ପ୍ରଶାସନିକ ଓ ବୈଷୟିକ ଦିଗ ଉପରେ ଆଲୋଚନା କରିଛନ୍ତି।
ଭାରତ ସରକାରଙ୍କ ଜନଗଣନା ଯୁଗ୍ମ ନିର୍ଦ୍ଦେଶକ ପ୍ରଭାକର ବରଦା ପ୍ରସ୍ତାବିତ କାର୍ଯ୍ୟଯୋଜନା ବିଷୟରେ ସୂଚନା ଦେଇଛନ୍ତି। ପ୍ରସ୍ତାବର ବିଭିନ୍ନ ଦିଗକୁ ବିଚାର କରି ଜନଗଣନାକୁ ସମ୍ପୂର୍ଣ୍ଣ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଜନଗଣନାକୁ ନିର୍ଭୁଲ ଏବଂ ସଦ୍ୟତମ କରିବା ପାଇଁ ସ୍ବତନ୍ତ୍ରଭାବେ ପ୍ରସ୍ତୁତ ଏକ ମୋବାଇଲ୍‌ ଆପ୍‌ର ପ୍ରୟୋଗ କରିବା ନିମନ୍ତେ ବୈଠକରେ ସ୍ଥିର ହୋଇଥିଲା। ଏଥର ଜନଗଣନାକୁ ତହସିଲଓ୍ବାରି କରାଯିବ। ପୂର୍ବରୁ ଏହା ଥାନାଓ୍ବାରି କରାଯାଉଥିଲା। ଜିଲା ମାଜିଷ୍ଟ୍ରେଟମାନେ ମୁଖ୍ୟ ଜନଗଣନା ଅଧିକାରୀ ଏବଂ ଅତିରିକ୍ତ ଜିଲା ମାଜିଷ୍ଟ୍ରେଟମାନେ ଜିଲା ଜନଗଣନା ଅଧିକାରୀଭାବେ କାର୍ଯ୍ୟ କରିବେ। ସମୁଦାୟ ଗଣନା କାର୍ଯ୍ୟକୁ ୨ଟି ପର୍ଯ୍ୟାୟରେ କରାଯିବ। ପ୍ରଥମ ପର୍ଯ୍ୟାୟରେ ଘର ଗଣନା ହେବ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ଜନସଂଖ୍ୟା ଗଣନା ହେବ। ୨ଟି ପର୍ଯ୍ୟାୟର କାର୍ଯ୍ୟକୁ ୨୦୨୧ ମାର୍ଚ୍ଚରେ ଶେଷ କରିବା ପାଇଁ ବୈଠକରେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ରାଜ୍ୟର ୩ ସ୍ଥାନରେ ଜନଗଣନା କୌଶଳଗୁଡିକର ପରୀକ୍ଷାମୂଳକ ପ୍ରୟୋଗ( ପ୍ରିଟେଷ୍ଟ) କରାଯିବ। କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ, ବଲାଙ୍ଗୀର ଜିଲାର ପୁଇନ୍ତଳା ଏବଂ ଖୋର୍ଦ୍ଧା ଜିଲାର ଭୁବନେଶ୍ବର ମହାନଗର ନିଗମରେ ଏହା ପରୀକ୍ଷାମୂଳକ ଭାବେ କାର୍ଯ୍ୟ କରାଯିବ। ଏହି ପ୍ରିଟେଷ୍ଟ ଚଳିତ ବର୍ଷ ଅଗଷ୍ଟ ୧୨ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୨୦ ମଧ୍ୟରେ ସାରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri