Posted inଖେଳ

୨୦୨୨ ଏଏଫ୍‌ସି ମହିଳା ଏସିଆନ କପ୍‌ ଆୟୋଜନ କରିବ ଭାରତ

ନୂଆଦିଲ୍ଳୀ,୫।୬(ପି.ଟି.): ଭାରତ ୨୦୨୨ ମହିଳା ଏସିଆନ୍‌ କପ୍‌ ଆୟୋଜନ କରିବାକୁ ଅଧିକାର ପାଇଛି। ଏସିଆନ୍‌ ଫୁଟବଲ କନ୍‌ଫେଡେରେଶନ ୧୯୭୯ ପରେ ପ୍ରଥମଥର ପାଇଁ ଏହି ଟୁର୍ନାମେଣ୍ଟ ଆୟୋଜନ ପାଇଁ ଭାରତକୁ ଅଧିକାର ଦେଇଛି। ଏଏଫ୍‌ସି ମହିଳା ଫୁଟବଲ କମିଟି ବୈଠକରେ ଏ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯାଇଛି। ଗତ ଫେବୃୟାରୀରେ ଏଏଫ୍‌ସି ଫୁଟବଲ କମିଟି ଏହି ଟୁର୍ନାମେଣ୍ଟ ଆୟୋଜନ କରିବା ପାଇଁ ଭାରତକୁ ପ୍ରସ୍ତାବ ଦେଇଥିଲା।
ଏ ନେଇ ଏଏଫସି ତରଫରୁ ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌)କୁ ଚିଠି ଲେଖି ଅବଗତ କରାଯାଇଛି। କମିଟି ଏଆଇଏଫ୍‌ଏଫ୍‌କୁ ଏହି ଟୁର୍ନାମେଣ୍ଟ ଆୟୋଜନ ଅଧିକାର ପ୍ରଦାନ କରିବା ନେଇ ନିଷ୍ପତ୍ତି ନେଇଛି ବୋଲି ଏଏଫ୍‌ସି ସାଧାରଣ ସମ୍ପାଦକ ଡାଟୋ ଓ୍ବିଣ୍ଡସୋର ଜନ୍‌ ଏହି ଚିଠିରେ ଉଲ୍ଲେଖ କରିଛନ୍ତି। ବର୍ଷର ଦ୍ୱିତୀୟାର୍ଦ୍ଧରେ ଏହି ଟୁର୍ନାମେଣ୍ଟ ଆୟୋଜନ ହେବ। ୧୯୭୯ରେ ଭାରତ ରନର୍ସ ଅପ୍‌ ବିବେଚିତ ହୋଇଥିଲା। ଆୟୋଜନ ଅଧିକାର ପ୍ରଦାନ କରିଥିବାରୁ ଏଏଫ୍‌ସିକୁ ଏଆଇଏଫ୍‌ଏଫ୍‌ ଅଧ୍ୟକ୍ଷ ପ୍ରଫୁଲ ପଟେଲ ଧନ୍ୟବାଦ ଜଣାଇଛନ୍ତି।
ଭାରତରେ ଏହି ଟୁର୍ନାମେଣ୍ଟ ଆୟୋଜନ ହେବା ଦ୍ୱାରା ମହିଳା ଫୁଟବଲ୍‌ରେ ବିପ୍ଳବ ଆସିବ ଓ ଫୁଟବଲରମାନେ ଉତ୍ସାହିତ ହେବେ ବୋଲି ପଟେଲ ଆଶା ପ୍ରକାଶ କରିଛନ୍ତି। ଟୁର୍ନାମେଣ୍ଟରେ ୧୨ଟି ଦଳ ଅଂଶଗ୍ରହଣ କରିବେ। ଗତ ସଂସ୍କରଣରେ ୮ଟି ଦଳ ଭାଗନେବାର ସୁଯୋଗ ପାଇଥିଲେ। ତେବେ ଏଥର ଅଧିକ ୪ଟି ଦଳ ଅଂଶଗ୍ରହଣ କରିବେ। ଆୟୋଜକ ହିସାବରେ ଭାରତ ଏହି ଟୁର୍ନାମେଣ୍ଟ ଖେଳିବାକୁ ସିଧାସଳଖ ଯୋଗ୍ୟତା ହାସଲ କରିଛି। ଏହି ଏସିଆନ କପ୍‌ ମଧ୍ୟ ୨୦୨୩ ଫିଫା ମହିଳା ବିଶ୍ୱକପ୍‌ ପାଇଁ ଅନ୍ତିମ ଯୋଗ୍ୟତା ପର୍ଯ୍ୟାୟ ଟୁର୍ନାମେଣ୍ଟର ମାନ୍ୟତା ପାଇଛି। ଆସନ୍ତାବର୍ଷ ଭାରତରେ ଫିଫା ୧୭ ବର୍ଷରୁ କମ ମହିଳା ବିଶ୍ୱକପ୍‌ ମଧ୍ୟ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ଫଳରେ ଏଆଇଏଫ୍‌ଏଫ୍‌ ଆହୁରି ଉତ୍ସାହିତ ହେବ ବୋଲି ଆଶା କରାଯାଉଛି। ଭାରତ ପୂର୍ବରୁ ୨୦୧୬ରେ ଏଏଫ୍‌ସି ୧୬ ବର୍ଷରୁ କମ୍‌ ଚାମ୍ପିୟନଶିପ୍‌ ଓ ୨୦୧୭ରେ ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ସଫଳତାର ସହ ଆୟୋଜନ କରିଥିଲା। ମହିଳା ଏସିଆନ୍‌ କପ୍‌ ଆୟୋଜନ ହେଲେ ଭାରତରେ ମହିଳା ଫୁଟବଲ ଆହୁରି ଲୋକପ୍ରିୟ ହେବ ବୋଲି ଏଆଇଏଫ୍‌ଏଫ୍‌ ସାଧାରଣ ସମ୍ପାଦକ କୁଶଲ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri