Posted inଖେଳ

୨୦୨୩ ମହିଳା ଫିଫା ବିଶ୍ୱକପ ଆୟୋଜନ ଦୌଡ଼ରେ ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ଆଗରେ

ଜୁରିଚ୍‌, ୧୧।୬(ଏପି)- ୨୦୨୩ ମହିଳା ଫିଫା ବିଶ୍ୱକପ ଆୟୋଜନ ପାଇଁ ୩ଟି ବିଡ୍‌ ଦାଖଲ ହୋଇଛି। ତେବେ ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡର ମିଳିତ ବିଡ୍‌ ଅନ୍ୟ ସମସ୍ତଙ୍କୁ ପଛରେ ପକାଇ ଦେଇଛି। ୩୨ ଦଳ ବିଶିଷ୍ଟ ଏହି ମେଗା ପ୍ରତିଯୋଗିତା ପାଇଁ ଫିଫା ୫ ପଏଣ୍ଟରୁ ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ବିଡ୍‌କୁ ୪.୧ ପଏଣ୍ଟ ଦେଇଛି। ଅନ୍ୟତମ ଆଶାୟୀ ଦେଶ ଜାପାନ ୩.୯ ପଏଣ୍ଟ ପାଇଥିବାବେଳେ କଲମ୍ବିଆ ୨.୮ ପଏଣ୍ଟ ସହିତ ପଛରେ ପଡ଼ିଛି। ଫିଫାର କାଉନସିଲ ସଦସ୍ୟମାନେ ଜୁନ୍‌ ୨୫ରେ ବିଜେତାଙ୍କ ନାମ ଘୋଷଣା କରିବେ। ଫିଫା କାଉନସିଲ୍‌ ସଦସ୍ୟଙ୍କ ୩୭ଟି ଭୋଟ ସାର୍ବଜନିନ କରାଯିବ ବୋଲି ଫିଫା ପକ୍ଷରୁ ପ୍ରକାଶ କରାଯାଇଛି। ଆର୍ଥିକ ଦୃଷ୍ଟିକୋଣରୁ ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡର ମିଳିତ ବିଡ୍‌ ଫେଭରାଇଟ ରହିଛି। ଅଷ୍ଟ୍ରେଲିଆ ଏସିଆନ ଫୁଟବଲ କନ୍‌ଫେଡେରେଶନ ସଦସ୍ୟ ହୋଇଥିବାବେଳେ ନ୍ୟୁଜିଲାଣ୍ଡ ଓସେନିଆ ଗ୍ରୁପରେ ରହିଛି। ଏହାସତ୍ତ୍ୱେ ଉତ୍ତମ ବୁଝାମଣା ଭିତ୍ତିରେ ବିଡ୍‌ ପ୍ରସ୍ତୁତ କରାଯାଇଥିବା ଫିଫା ପକ୍ଷରୁ ପ୍ରକାଶ କରାଯାଇଛି। କଲମ୍ବିଆ ଫିଫାର ଅନେକ ଆବଶ୍ୟକତାକୁ ପୂରଣ କରିଥିଲେ ହେଁ ଅନେକ ଅର୍ଥ ବିନିଯୋଗ ଏବଂ ସମର୍ଥନର ଆବଶ୍ୟକତା ରହିଛି। ପ୍ରତିଯୋଗିତା ପାଇଁ ପ୍ରସ୍ତୁତ ହେବାକୁ ଆଉ ମାତ୍ର ୩ ବର୍ଷ ରହିଛି। ଯେଉଁ ଦେଶ ଆୟୋଜନ ଅଧିକାର ପାଇବ ସେ ଫ୍ରାନ୍ସକୁ ଅନୁସରଣ କରିବ। କାରଣ ଫ୍ରାନ୍ସ ୨୦୧୯ରେ ୨୪ ଦେଶକୁ ନେଇ ଏହି ପ୍ରତିଯୋଗିତା ଆୟୋଜନ କରିଥିଲା, ଯେଉଁଥିରେ କି ଆମେରିକା ଚାମ୍ପିୟନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri