Posted inଜାତୀୟ

୨୦୨୪ ନିର୍ବାଚନ ପୂର୍ବରୁ ହଟିବେ ଅନୁପ୍ରବେଶକାରୀ

କୈଠାଲ, ୧୦ା୧୦: ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାରତରେ ରହୁଥିବା ସମସ୍ତ ବେଆଇନ ଅନୁପ୍ରବେଶକାରୀଙ୍କୁ ହଟାଯିବ ବୋଲି ବୁଧବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ପ୍ରକାଶ କରିଛନ୍ତି। ହରିୟାଣାର ବୈଠାଲରେ ନିର୍ବାଚନ ରାଲିକୁ ଉଦ୍‌ବୋଧନ ଦେବାବେଳେ ସେ ଏହା କହିଛନ୍ତି। ଦେଶର ସୁରକ୍ଷା ସହ ସାଲିସ୍‌ କରାଯାଇ ପାରିବନି। ଏଥିଲାଗି ସମସ୍ତଙ୍କ ସହଯୋଗର ଆବଶ୍ୟକତା ରହିଛି ବୋଲି ସେ ପ୍ରକାଶ କରିଛନ୍ତି। ଫ୍ରାନ୍ସରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ରାଫାଲ ଶସ୍ତ୍ରପୂଜାକୁ ନେଇ କଂଗ୍ରେସ ସମାଲୋଚନା କରିଥିବାବେଳେ ଶାହ ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ପରମ୍ପରା ଭୁଲିଯିବା ଅନୁଚିତ ବୋଲି ସେ କହିଛନ୍ତି। ବେଆଇନ ଅନୁପ୍ରବେଶକାରୀଙ୍କୁ ବିଦା ନ କଲେ ଜାତୀୟ ସୁରକ୍ଷା ବିପନ୍ନ ହେବ ବୋଲି ସେ କହିଛନ୍ତି। ୩୭୦, ୩୫ଏ, ଏନ୍‌ଆର୍‌ସି ଆଦିକୁ ବିରୋଧ କରିଆସୁଥିବା ଦଳ (କଂଗ୍ରେସ) ମୋଦି ସରକାରଙ୍କ ଜନମଙ୍ଗଳ କାର୍ଯ୍ୟକୁ ସହିପାରୁନି । କଂଗ୍ରେସ ଜାତିବାଦର ଖେଳ ଖେଳିଚାଲିଛି। ଏମ୍‌. ଏଲ୍‌. ଖଟ୍ଟାର ସରକାର ଦୁର୍ନୀତିମୁକ୍ତ ସରକାର ଦେଇଛନ୍ତି। ଆଗାମୀ ଦିନରେ ମଧ୍ୟ ଏଠାରେ ଭାଜପା ସରକାର ବହୁମତ ହାସଲ କରି ସରକାର ଗଢ଼ିବ ବୋଲି ଶାହ ଭୋଟରଙ୍କୁ କହିବା ସହ କଂଗ୍ରେସ ଚାଲ୍‌ରେ ନ ପଡ଼ିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri