୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସମସ୍ତଙ୍କ ଘରେ ଲାଗିବ ପାଣି ଟ୍ୟାପ୍‌

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ପ୍ରତ୍ୟେକଙ୍କ ଘରେ ପାଣି ଟ୍ୟାପ୍‌ ଲାଗିବ। ଫଳରେ ଲୋକଙ୍କୁ ଆଉ କଷ୍ଟ କରି ଘର ବାହାରକୁ ଆସି ପାଣି ସଂଗ୍ରହ କରିବାକୁ ପଡ଼ିବନାହିଁ। ଏହି ଯୋଜନାକୁ ବାସ୍ତବ ରୂପ ଦେବା ପାଇଁ ଜିଲା ସ୍ତରରେ ଗ୍ରାମାଞ୍ଚଳ ଜଳଯୋଗାଣର ସ୍ଥିତି କ’ଣ ରହିଛି ରିପୋର୍ଟ ଦେବାକୁ ଯନ୍ତ୍ରୀମାନଙ୍କୁ କୁହାଯାଇଛି। ଚଳିତ ମାସ ଶେଷ ସୁଦ୍ଧା ଏନେଇ ବିସ୍ତୃତ ରିପୋର୍ଟ ଦେବା ଲାଗି ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ମନ୍ତ୍ରୀ ପ୍ରତାପ ଜେନା ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଗ୍ରାମାଞ୍ଚଳରେ ବିଶୁଦ୍ଧ ପାନୀୟଜଳ ଯୋଗାଣ ନେଇ ମନ୍ତ୍ରୀ ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।
ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ ଗ୍ରାମାଞ୍ଚଳର ଲୋକଙ୍କ ଘରେ ପାଣି ଟ୍ୟାପ୍‌ ସ୍ଥାପନ ପୂର୍ବରୁ ସେହିସବୁ ଅଞ୍ଚଳରେ ଥିବା ପାରମ୍ପରିକ ଜଳ ଯୋଗାଣ ବ୍ୟବସ୍ଥାର ସବିଶେଷ ବିବରଣୀ ସଂଗ୍ରହ କରାଯାଉଛି। ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣ ସହ ନଳକୂପ, ଗଭୀର କୂପ ଆଦିରୁ ଯୋଗାଯାଉଥିବା ଜଳର ତାଲିକା ମିଳିବା ପରେ ଲୋକଙ୍କ ଆବଶ୍ୟକତା ଅନୁଯାୟୀ କିଭଳି ସେମାନଙ୍କ ଘରେ ଜଳ ପହଞ୍ଚତ୍ବ ସେ ସଂକ୍ରାନ୍ତରେ ଯୋଜନା ଚୂଡ଼ାନ୍ତ ହେବ। ଇତି ମଧ୍ୟରେ ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୋଳ ଓ ନୂଆପଡ଼ା ୪ ଜିଲାରେ ଏହି ଯୋଜନା ଚୂଡ଼ାନ୍ତ ହୋଇସାରିଛି। ତେବେ ପୂର୍ବରୁ ପାନୀୟଜଳ ଯୋଗାଣ ପାଇଁ ସରକାର ଜିଲାୱାରୀ ଅର୍ଥ ପ୍ରଦାନ କରୁଥିବାବେଳେ ଖଣିଜଭିତ୍ତିକ ଜିଲାରେ ଅନ୍ୟ ସ୍ରୋତ ବିଶେଷ କରି ବିଭିନ୍ନ ସଂସ୍ଥାର ସିଏସ୍‌ଆର ପାଣ୍ଠି କିମ୍ବା ଖଣିଜ ଉନ୍ନୟନ ପାଣ୍ଠିରୁ ଅର୍ଥ ଆସି ଜଳଯୋଗାଣ ପାଇଁ ପଦକ୍ଷେପ ନିଆଯାଉଥିଲା। କିନ୍ତୁ ପ୍ରଥମଥର ପାଇଁ ରାଜ୍ୟ ସରକାର ଏଭଳି ନୂତନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିପାଇଁ ରାଜ୍ୟ ସ୍ତରରେ ଏକକାଳୀନ ଅର୍ଥ ବରାଦ ହେବ। ଯଦ୍ଦ୍ବାରା ଯୋଜନା ରୂପାୟନ କରିବା କ୍ଷେତ୍ରରେ ଆଉ ପ୍ରତିବନ୍ଧକ ରହିବ ନାହିଁ। ରାଜ୍ୟବାସୀଙ୍କୁ ବିଶୁଦ୍ଧ ପାନୀୟଜଳ ଯୋଗାଇବା ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଥିବାବେଳେ ଏବେ ଏହି ଯୋଜନାକୁ ଧାର୍ଯ୍ୟ ସମୟ ମଧ୍ୟରେ କାର୍ଯ୍ୟକାରୀ କରିବା ଦିଗରେ ମନ୍ତ୍ରୀ ଜେନା ଗୁରୁତ୍ୱାରୋପ କରିଛନ୍ତି। ବୈଠକରେ ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବ ଦେଓରଞ୍ଜନ କୁମାର ସିଂହ, ପାନୀୟଜଳ ନିର୍ଦ୍ଦେଶିକା ରୂପା ମିଶ୍ର, ମୁଖ୍ୟଯନ୍ତ୍ରୀ ଅଭୟ କୁମାର ବିଶ୍ୱାଳ, ବିଭାଗ ଅତିରିକ୍ତ ସଚିବ ଏସ୍‌.ଏନ୍‌.ଦାଶଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri