Posted inରାଜ୍ୟ

୨୦ ତାରିଖରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ଅମ୍ପନ’: ୧୮ରୁ ଓଡ଼ିଶାରେ ବର୍ଷା, ପବନ

ଭୁବନେଶ୍ୱର, ୧୬।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇସାରିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଏହା ସାମୁଦ୍ରିକ ଝଡ଼ର ରୂପ ନେବ। ତେବେ ସାମୁଦ୍ରିକ ଝଡ଼ର ରୂପ ନେବା ପରେ ଏହା ଓଡ଼ିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡ଼କୁ ମୁହାଁଇବ। ୨୦ ତାରିଖ ବେଳକୁ ଏହା ସ୍ଥଳଭାଗ ଛୁଇଁବ। ଶନିବାର ଏନେଇ ସୂଚନା ଦେଇଛନ୍ତି ଏସ୍‌ଆରସି ପ୍ରଦୀପ ଜେନା।
ଏସଆରସିଙ୍କ କହିବା ଅନୁଯାୟୀ, ଏବେ ସମୁଦ୍ର ମଧ୍ୟରେ ବାତ୍ୟା ଅମ୍ଫନ ଘଣ୍ଟାପ୍ରତି ୨୦ କିମି ବେଗରେ ଗତି କରୁଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଭୟଙ୍କର ବାତ୍ୟାର ରୂପ ନେବ। ତେବେ ଓଡ଼ିଶା ପ୍ରତି ଏହାର କେତେ ପ୍ରଭାବ ରହିବ ସେନେଇ ଖୁବଶୀଘ୍ର ଖବର ମିଳିବ ବୋଲି ଏସଆରସି କହିଛନ୍ତି। ବାତ୍ୟା ଅମ୍ଫନ କାରଣରୁ ଉପକୂଳ ଓ ଉତ୍ତର ଓଡ଼ିଶାର ୧୨ଟି ଜିଲାକୁ ସତର୍କ କରାଯାଇଛି। ଏନଡିଆରଏଫ ଓ ଓଡ୍ରାଫ ଟିମକୁ ମଧ୍ୟ ସଜାଗ ରହିବାକୁ ଏସ୍‌ଆରସି ସୂଚନା ଦେଇଛନ୍ତି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ୧୮ ଓ ୧୯ ତାରିଖ ଓଡ଼ିଶା ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। କାରଣ ଏହି ଦୁଇ ତାରିଖ ମଧ୍ୟରେ ବାତ୍ୟାଟି ଓଡ଼ିଶା ଉପକୂଳ ଦେଇ ଗତି କରିବ। ଏହାର ପ୍ରଭାବରେ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା, ପବନ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri