୨୦ ପ୍ରବାସୀଙ୍କୁ ସ୍ବତନ୍ତ୍ର ଗାଡ଼ିରେ ପଠାଇଲା ପୋଲିସ

କେନ୍ଦୁଝର,୨୨ା୫(ଡି.ଏନ୍‌.ଏ.)-କେନ୍ଦୁଝର ସହର ମଧ୍ୟ ଦେଇ ଚାଲି ଚାଲି ଯାଉଥିବା ୨୦ ପ୍ରବାସୀଙ୍କୁ ପୋଲିସ ସ୍ବତନ୍ତ୍ର ଗାଡ଼ି ଯୋଗେ ସେମାନଙ୍କ ଘରକୁ ପଠାଇବାର ବ୍ୟବସ୍ଥା କରିଛି। ମୁମ୍ବାଇରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲି ଥିବାରୁ ଏବଂ ଲକ୍‌ଡାଉନ୍‌ରେ ଦୋକାନ, ବଜାର ବନ୍ଦ ଥିବାରୁ କାମ ଧନ୍ଦା ହରାଇ ଏହି ପ୍ରବାସୀ ଶ୍ରମିକମାନେ ଘର ମୁହଁା ହୋଇ ପ୍ରଥମେ ଏକ ଟ୍ରକ୍‌ ଏବଂ ପରେ ଚାଲି ଚାଲି କେନ୍ଦୁଝର ଦେଇ ଯାଉଥିଲେ। ସଦର ଏସ୍‌ଡିପିଓ ପ୍ରକାଶ ଜେମ୍ସ ଟପୋଙ୍କ ନିର୍ଦ୍ଦେଶ କ୍ରମେ ଟାଉନ ପୋଲିସ ଏଏସ୍‌ଆଇ ସୁଶାନ୍ତ ସେଠୀ ଏହି ପ୍ରବାସୀଙ୍କୁ କେନ୍ଦୁଝରରେ ରଖି ସେମାନଙ୍କ ଖାଇବା ପିଇବା ବ୍ୟବସ୍ଥା କରିଥିଲେ। ପରେ ସ୍ବତନ୍ତ୍ର ଗାଡ଼ିରେ ୧୦ଜଣଙ୍କୁ କୋଲକାତା ଏବଂ ଅନ୍ୟ ୧୦ଜଣଙ୍କୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦ୍ରାପଡା ଜିଲାକୁ ପଠାଇଥିଲେ। ପ୍ରତ୍ୟେକ ଦିନ କେନ୍ଦୁଝର ସହର ମଧ୍ୟରେ ଚାଲି ଚାଲି ଯାଉଥିବା ପ୍ରବାସୀ ଶ୍ରମିକମାନେ ନିଜ ଅଞ୍ଚଳକୁ ଯିବା ପାଇଁ ପୋଲିସ ପକ୍ଷରୁ ଗାଡ଼ି ବ୍ୟବସ୍ଥା କରାଯାଇ ପଠାଯାଉଥିବାବେଳେ ପ୍ରବାସୀମାନେ ଯେପରି ଚାଲି ଚାଲି ନ ଯିବେ ସେଥିପାଇଁ ପଦକ୍ଷେପ ନିଆଯାଉଥିବା ସଦର ଏସ୍‌ଡିପିଓ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri