୨୧ରେ ପୂରିବ ବିକ୍ରମ ଆୟୁଷ

ହ୍ୟୁଷ୍ଟନ,୨୦-୯: ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ବିକ୍ରମର ଆୟୁଷ ଆଉ ମାତ୍ର ଦୁଇଦିନ ବାକି। ବିକ୍ରମ ସୂକ୍ଷ୍ମ ଅବତରଣ କରିବାରେ ବିଫଳ ହେବା ପରେ ଏହାସହ କୌଣସି ପ୍ରକାର ଯୋଗାଯୋଗ ସମ୍ଭବ ହୋଇପାରି ନାହିଁ। ସମ୍ପର୍କ ପୁନଃ ସ୍ଥାପନ ପାଇଁ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ମଧ୍ୟ ଉଦ୍ୟମ କରାଯାଇଥିଲା, ଯାହାକି ବିଫଳ ହୋଇଛି। ତେବେ ଚନ୍ଦ୍ରର ଯେଉଁ ଅଞ୍ଚଳରେ ବିକ୍ରମ ହାର୍ଡଲ୍ୟାଣ୍ଡିଂ କରିଥିଲା ସେଠାର ଫଟୋ ନାସାର ମୁନ୍‌ ଅର୍ବିଟର ଉଠାଇଛି। ଲୁନାର ରିକୋନିସାନ୍ସ ଅର୍ବିଟର (ଏଲ୍‌ଆର୍‌ଓ) ମଙ୍ଗଳବାର ଚନ୍ଦ୍ରର ଦକ୍ଷିଣ ମେରୁରେ ବିକ୍ରମ ଅବତରଣ କରିଥିବା ସ୍ଥାନର ଫଟୋ ଉଠାଇଛି। ସେହି ଫଟୋଗୁଡ଼ିକୁ ପ୍ରୋସେସିଂ କରାଯାଉଛି ବୋଲି ନାସା ପକ୍ଷରୁ ସ୍ପଷ୍ଟ କରାଯାଇଛି। ଗତ ୭ ରାତିରେ ବିକ୍ରମକୁ ଚନ୍ଦ୍ରର ଦକ୍ଷିଣ ମେରୁରେ ସୂକ୍ଷ୍ମାବତରଣ ପାଇଁ ଉଦ୍ୟମ କରି ବିଫଳ ହୋଇଥିଲା। ବିକ୍ରମର ଆୟୁଷ ହେଉଛି ୧୪ ଦିନ ଅର୍ଥାତ୍‌ ଆସନ୍ତା ୨୧ରେ ଶେଷ ହେବ। ପୃଥିବୀରେ ୧୪ ଦିନ ସମାନ ଚନ୍ଦ୍ରରେ ଦିନେ। ଏହି ଅବଧି ପୂରଣ ହେବା ପରେ ବିକ୍ରମ ପଡ଼ିରହିଥିବା ଅଞ୍ଚଳରେ ରାତି ହୋଇଯିବ। ସୂର୍ଯ୍ୟଙ୍କ ଅନୁପସ୍ଥିତିରେ ସେଠାକାର ତାପମାତ୍ରା ବିଯୁକ୍ତ ୨୦୦ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ଖସିଯିବ। ବିକ୍ରମକୁ ଏଭଳି ସ୍ଥିତିରେ କାମ କରିବା ଭଳି ଉପାୟରେ ବିକଶିତ କରାଯାଇ ନ ଥିବାରୁ ଏହାର ଉପକରଣଗୁଡ଼ିକ ସବୁଦିନ ପାଇଁ ଅକାମୀ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri