୨୧ରେ ବଳୟ ସୂର୍ଯ୍ୟୋପରାଗ: ରାଜ୍ୟର ସବୁ ସ୍ଥାନରେ ଦୃଶ୍ୟମାନ ହେବ

ଭୁବନେଶ୍ୱର, ୧୮ା୬ (ବ୍ୟୁରୋ)- ଆସନ୍ତା ୨୧ ତାରିଖରେ ସଂଘଠିତ ହେବ ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ। ଏହା ଭାରତର ସବୁ ସ୍ଥାନ, ପାକିସ୍ତାନର ଦକ୍ଷିଣ ଭାଗ, ଚାଇନା ଓ ଆଫ୍ରିକୀୟ ଦେଶଗୁଡ଼ିକରେ ଦୃଶ୍ୟମାନ ହେବ। ଭାରତରେ କେବଳ ରାଜସ୍ଥାନ, ହରିୟାଣା, ଉତ୍ତରାଖଣ୍ଡରେ ପ୍ରାୟ ୧ ମିନିଟ ଧରି ବଳୟ ସୂର୍ଯ୍ୟୋପରାଗ ଓ ବାକି ସବୁ ରାଜ୍ୟରେ ଆଂଶିକ ଉପରାଗ ଦେଖାଯିବ। ଓଡ଼ିଶାର କୋଣଅନୁକୋଣରେ ଥିବା ଲୋକେ ଆଂଶିକ ସୂର୍ଯ୍ୟୋପରାଗ ଦେଖିବାକୁ ପାଇବେ। ରବିବାର ପୂର୍ବାହ୍ଣ ୧୦ଟା ୨୦ରେ ପରାଗ ଆରମ୍ଭ ହୋଇ ଅପରାହ୍ଣ ୨ଟା ୨୦ରେ ଛାଡ଼ିବ। ମଧ୍ୟାହ୍ନ ୧୨ଟା ୧୫ରୁ ୧୨ଟା ୩୦ ମଧ୍ୟରେ ସର୍ବାଧିକ ଗ୍ରାସ ଦୃଶ୍ୟମାନ ହେବ। ତେବେ ଭୁବନେଶ୍ୱରରେ ଏହା ପୂର୍ବାହ୍ନ ୧୦ଟା ୩୮ରୁ ଆରମ୍ଭ ହୋଇ ୨ଟା ୯ ମିନିଟରେ ଶେଷ ହେବ। ୧୨ଟା ୨୬ରେ ଚନ୍ଦ୍ର ସୂର୍ଯ୍ୟର ବ୍ୟାସକୁ ପ୍ରାୟ ୬୫% ଘୋଡ଼େଇ ରଖିବ ବୋଲି ପଠାଣି ସାମନ୍ତ ପ୍ଲାନେହ୍‌ଟାରିୟମ୍‌ର ଉପନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ସୂର୍ଯ୍ୟୋପରାଗରେ ଚନ୍ଦ୍ର ସୂର୍ଯ୍ୟକୁ ସମ୍ପୂର୍ଣ୍ଣ ଘୋଡ଼ାଇ ଦେବ। ଏହି ସମୟରେ ସୂର୍ଯ୍ୟର ଧାରର କିଛି ଅଂଶ ଦେଖାଯିବ, ଯାହାକୁ ‘ରିଙ୍ଗ ଅଫ୍‌ ଫାୟାର’ କୁହାଯାଏ। ଏହି ଦୃଶ୍ୟ ଦେଶର କେତେକ ସ୍ଥାନରେ ମାତ୍ର କିଛି ସେକେଣ୍ଡ ପାଇଁ ଦେଖାଦେବ। ଅନ୍ୟ କିଛି ସ୍ଥାନରେ ୧୨ ମିନିଟ ଯାଏ ଲୋକେ ଦେଖି ପାରିବେ। ଜ୍ୟୋତିର୍ବିଜ୍ଞାନୀଙ୍କ କହିବାନୁଯାୟୀ, ଉପରାଗର ୧୨ ଘଣ୍ଟା ପୂର୍ବରୁ ପାକତ୍ୟାଗ କରାଯିବ। ପାକ ତ୍ୟାଗ ସମୟ ୨୦ ତାରିଖ ରାତି ୧୦ଟା ୩୮ରୁ ଆରମ୍ଭ ହେବ।
ଉଲ୍ଲେଖଯୋଗ୍ୟ, ଉପରାଗ ସମୟରେ ପୃଥିବୀ, ଚନ୍ଦ୍ର ଓ ସୂର୍ଯ୍ୟର ଅବସ୍ଥିତି ଅନୁସାରେ ୩ ପ୍ରକାରର ସୂର୍ଯ୍ୟୋପରାଗ (ଆଂଶିକ, ପୂର୍ଣ୍ଣ ଓ ବଳୟ) ଘଟିଥାଏ। ପ୍ରତ୍ୟେକ ପୂର୍ଣ୍ଣ ସୂର୍ଯ୍ୟୋପରାଗ ପୂର୍ବରୁ ଓ ପରେ ଆଂଶିକ ଦେଖାଯାଇଥାଏ। କଦବାକ୍ୱଚିତ୍‌ ସମ୍ପୂର୍ଣ୍ଣ ଓ ବଳୟ ଉପରାଗ ମିଶିକରି ଦେଖାଯାଏ। ଏହି ପ୍ରକାରର ସୂର୍ଯ୍ୟୋପରାଗ ପୂର୍ବରୁ ୨୦୧୬ ସେପ୍ଟେମ୍ବର ୧ ଓ ୨୦୧୯ ସେପ୍ଟେମ୍ବର ୨୬ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri