ଯାଜପୁର ଅଫିସ, ୪।୩: ଯାଜପୁର ଜିଲା ନଗଡ଼ାର ବିକାଶରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଓଡ଼ିଶା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏନେଇ ଏଲ୍ଓ୍ବାଇ କେସ୍ ନଂ.୪୫୫/୨୦୧୯ରେ ଏକ ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲାର ତଦନ୍ତ କରିବା ପାଇଁ ଆସନ୍ତା ୨୧ରେ ଲୋକାୟୁକ୍ତଙ୍କ ଏକ ପ୍ରତିନିଧିଦଳ ନଗଡ଼ା ଗସ୍ତ କରିବେ ବୋଲି ନିଷ୍ପତ୍ତି ହୋଇଥିଲା। ଏହା ଜଣାପଡ଼ିବାପରେ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ କରାଯିବା ସହ ଗ୍ରାମ୍ୟ ନିର୍ମାଣ ବିଭାଗ ପକ୍ଷରୁ ନଗଡ଼ାକୁ ନିର୍ମାଣ ହେଉଥିବା ରାସ୍ତାର ମରାମତି କରିବାକୁ ପଦକ୍ଷେପ ନିଆଯାଇଥିଲା। ତେବେ ଲୋକାୟୁକ୍ତ ବିଚାରପପତି ଅଜିତ ସିଂ ୨୧ତାରିଖରେ କୌଣସି କାରଣବଶତଃ ଓଡ଼ିଶାରେ ଅନୁପସ୍ଥିତ ରହୁଥିବା କାରଣରୁ ନଗଡ଼ା ଗସ୍ତକୁ ଆସନ୍ତା ୨୫ତାରିଖକୁ ଘୁଞ୍ଚାଇ ଦିଆଯାଇଥିବା ଲୋକାୟୁକ୍ତ ଅଧ୍ୟକ୍ଷ ଗତ ୨୬ ତାରିଖ ଶୁଣାଣିରେ ନିର୍ଦ୍ଦେଶ ଦେଇଛନ୍ତି ।
Posted inଆମ ଜିଲା ଖବର, ଯାଜପୁର View All
ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ
ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…
ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…
‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍
ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…
୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ
ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…
ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…
ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…
ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍ସିଏଲ୍ର ପ୍ରଶଂସନୀୟ…
ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…
ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…
ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…
କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…
ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

