୨୧ ପରିବାରକୁ ମିଳିଛି ୧୦୦ଦିନର କାମ

ସୋନପୁର, ୨୨।୧୦(ନି.ପ୍ର.): ସୋନପୁର ବ୍ଲକସ୍ତରୀୟ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମଜିଏନଆରଇଜିଏସ) ଓ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ(ଏନଏସଏପି)ର ଜନଶୁଣାଣି ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଗତ ସାଧାରଣ ନିର୍ବାଚନ ପାଇଁ ୨୦୧୮-୧୯ ଆର୍ଥିକ ବର୍ଷର ଜନଶୁଣାଣି ନିର୍ଦ୍ଧାରିତ ସମୟରେ ଅନୁଷ୍ଠିତ ହୋଇ ପାରି ନ ଥିଲା । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଓସାଟ୍‌ ପକ୍ଷରୁ ବ୍ଲକ ପରିସରରେ ଆୟୋଜିତ ଏହି ଆପତ୍ତି ଅଭିଯୋଗ ଜନଶୁଣାଣି ଶିବିରରେ ଭାରପ୍ରାପ୍ତ ପିଡି ଡିଆରଡିଏ ଶରତ ଚନ୍ଦ୍ର ପଣ୍ଡା ଅଧ୍ୟକ୍ଷତା କରିଥିଲେ। ବ୍ଳକରେ ୧୫୬୪ଟି ପ୍ରକଳ୍ପ ନିଆଯାଇଥିବା ବେଳେ ୧୦୧୩ଟି ସମ୍ପୂର୍ଣ୍ଣ ହୋଇଛି। ଏ ବାବଦରେ ୪୮୭.୬୭ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିବା ସୂଚନା ଦିଆଯାଇଥିଲା। ସେହିପରି ଏମଜିଏନଆରଇଜିଏସରେ ୧୧୨୨୫ ପରିବାରକୁ କାମ ଦିଆଯାଇଥିବା ବେଳେ ୨୧ ପରିବାରକୁ ୧୦୦ଦିନର କାମ ମିଳିଛି। ସମ୍ମାନିତ ଅତିଥିଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ମନ୍ଦାକିନି ନାଗ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା ଏମ୍‌ଜିଏନଆରଇଜିଏସର କାର୍ଯ୍ୟକ୍ରମ ଅଧିକାରୀ ରବିନ୍ଦ୍ର କୁମାର ପଟେଲ, ସହକାରୀ ଯନ୍ତ୍ରୀ ଇଂ ଦୁଶାସନ ସାହୁ, ଜନଶୁଣାଣି କମିଟିର ସଭ୍ୟ ଗୋବିନ୍ଦ ମହାରଣା, ଗତିକୃଷ୍ଣ ମିଶ୍ର ଯୋଗ ଦେଇଥିଲେ । ୨୦୧୯-୨୦ ଆର୍ଥିକ ବର୍ଷରେ ୨୦୦୦ରୁ ଊର୍ଦ୍ଧ୍ୱ ପରିବାରକୁ କିଭଳି ୧୦୦ ଦିନର କାମ ମିଳିବ ସେଥିପ୍ରତି ଦୃଷ୍ଟି ଦେବାକୁ ପିଡି ପଣ୍ଡା ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri