୨୨ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ହେଲାଣି। ଆସନ୍ତା ୪/୫ ଦିନ ପରେ ମୌସୁମୀ ରାଜ୍ୟକୁ ପ୍ରବେଶ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମୌସୁମୀକୁ ରାଜ୍ୟକୁ ଟାଣି ଆଣିବାକୁ ଉତ୍ତର ବଙ୍ଗୋପସାଗରରେ ମଧ୍ୟ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୨ ତାରିଖ ବେଳକୁ ଏହା ଅବପାତ ରୂପ ନେବାର ସମ୍ଭାବନା ରହିଛି। ଏଥିସହିତ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏ ସବୁ ସଙ୍କେତ ମୌସୁମୀ ଆଗମନକୁ ସୂଚାଉଛି ବୋଲି ପାଣିପାଗ ବିଭାଗ କହୁଛି। ଆସନ୍ତା ୨୦ ତାରିଖ ସୁଦ୍ଧା ମୌସୁମୀ ଦକ୍ଷିଣ ଓଡ଼ିଶାର କିଛି ଅଂଶକୁ ଛୁଇଁବା ସମ୍ଭାବନା ରହିଛି। ୨୩ ଓ ୨୪ ତାରିଖ ମଧ୍ୟରେ ସମ୍ପୂର୍ଣ୍ଣ ଓଡ଼ିଶାରେ ମୌସୁମୀ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ କେରଳରେ ପ୍ରବଳ ବର୍ଷା ହେବ। ଏହାପରେ ମୌସୁମୀ ଧୀରେ ଧୀରେ ଆଗକୁ ବଢ଼ିବ। ଆରବ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ବାୟୁ’ ପ୍ରଭାବରେ ମୌସୁମୀ ଓଡ଼ିଶାକୁ ପ୍ରବେଶ କରିବାରେ ବିଳମ୍ବ ହୋଇଛି ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍‌.ଆର୍‌. ବିଶ୍ୱାସ କହିଛନ୍ତି। ନିର୍ଦ୍ଧାରିତ ସମୟ(ଜୁନ୍‌ ୧୦)ରେ ମୌସୁମୀ ଆସିପାରୁ ନ ଥିବାରୁ ଚାଷକାର୍ଯ୍ୟ ମଧ୍ୟ ବିଳମ୍ବ ହେଲାଣି। ଚାଷୀମାନେ ବର୍ଷାକୁ ଅନାଇ ହତାଶ ହେଲେଣି।
ମୌସୁମୀ ଆସିବା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଗତ ୪୮ ଘଣ୍ଟା ମଧ୍ୟରେ କଟକରେ ୧୪.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୧.୧, ପୁରୀ ୦.୨, ଝାରସୁଗୁଡା ୨.୮, ସମ୍ବଲପୁର ୧.୦, ସୁନ୍ଦରଗଡ ୮.୦, ହୀରାକୁଦ ୩.୬, ଭବାନୀପାଟଣା ୧୯, ବଲାଙ୍ଗୀର ୩, କୋରାପୁଟ ୧୭, ଟିଟିଲାଗଡ ୧୮, ମାଲକାନଗିରି ୫ ଏବଂ ସୋନପୁରରେ ୧.୬ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ଏହି ସମୟରେ ଉପକୂଳ ଜିଲା ସମେତ କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଜିଲାରେ ଘଡ଼ଘଡ଼ି ସହ ଝଡ଼ତୋଫାନ ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ବର୍ଷା ଓ ମେଘୁଆ ପାଗ ହେଉଥିବାରୁ ରାଜ୍ୟରେ ଗତ କିଛିଦିନ ଧରି ଲାଗି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମରୁ ଆଶ୍ୱସ୍ତି ମିଳିଛି। ରାଜ୍ୟର ସମସ୍ତ ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯାଇଛି। ସୁନ୍ଦରଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲିରେ ୩୮.୪, ପାରାଦୀପ ୩୭, ବାରିପଦା ୩୭.୮, ଝାରସୁଗୁଡା ୩୮.୪, ଏବଂ ତାଳଚେର ୩୮.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri