୨୨୦ କୋଟି ଲୋକଙ୍କ ପାଖରେ ନାହିଁ ପିଇବା ପାଣି; ୪୨୦ କୋଟିଙ୍କୁ ମିଳୁନି ପରିମଳ ବ୍ୟବସ୍ଥା: ଜାତିସଂଘ

ଜେନେଭା,୧୯।୬: ପୃଥିବୀରେ ଧୀରେଧୀରେ ଜଳ ସଙ୍କଟ ଉଗ୍ରରୂପ ଧାରଣ କରୁଛି। ବିଭିନ୍ନ ଦେଶରେ ୨୨୦ କୋଟି ଲୋକଙ୍କ ପାଖରେ ପିଇବାକୁ ପାଣି ନ ନାହିଁ। ଏନେଇ ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ ହୋଇଛି। ପୃଥିବୀର ୪୨୦ କୋଟି ଲୋକଙ୍କୁ ସାଧାରଣ ପରିମଳ ବ୍ୟବସ୍ଥା ମିଳୁ ନ ଥିବା ଏହି ରିପୋର୍ଟରେ ପ୍ରକାଶ ପାଇଛି। ସେହିପରି ୧୮୦ କୋଟି ଲୋକଙ୍କୁ ଗତ ୨୦୦୦ଠାରୁ ପିଇବା ପାଣି ଯୋଗାଇ ଦିଆଯାଇଛି। ୨୦୦୦-୨୦୧୭ ମଧ୍ୟରେ ସ୍ବାସ୍ଥ୍ୟ ଓ ପରିମଳ ତଥା ପିଇବା ପାଣି କ୍ଷେତ୍ରରେ ହୋଇଥିବା ବିକାଶ ସମ୍ପର୍କରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଏବଂ ୟୁନିସେଫ୍‌ ପକ୍ଷରୁ କରାଯାଇଥିବା ଏକ ସର୍ଭେ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ପ୍ରତିବର୍ଷ ପୃଥିବୀରେ ୨ ଶହ ୯୭ ହଜାର ଶିଶୁ ୫ ବର୍ଷ ବୟସ ପୂର୍ବରୁ ମୃତ୍ୟୁ ବରଣ କରୁଥିବା ଏଥିରେ ପ୍ରକାଶ ପାଇଛି। ଏହି ଶିଶୁମାନଙ୍କର ମୁଖ୍ୟତଃ କଲେରା, ଡିସେଣ୍ଟ୍ରି, ହେପାଟାଇଟିସ୍‌-ଏ ଏବଂ ଟାଇଫଏଡ୍‌ ଭଳି ସଂକ୍ରାମକ ରୋଗରେ ମୃତ୍ୟୁ ଘଟୁଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri