Posted inଜାତୀୟ

୨,୨୨୦ ନାବାଳକ ଗାଡ଼ି ଚାଳକଙ୍କୁ ଧରିଲା ପୋଲିସ

ହାଇଦ୍ରାବାଦ,୧୯।୬: ଦେଶରେ ବେପାରୁଆ ଗାଡ଼ି ଚାଳନା ଯୋଗୁ ପ୍ରତିଦିନ ଅଧିକ ସଂଖ୍ୟାରେ ସଡ଼କ ଦୁର୍ଘଟଣା ଘଟୁଛି। ଏହାକୁ ନଜରରେ ରଖି ହାଇଦ୍ରାବାଦ ସହରରେ ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି। ଏହି ଅଭିଯାନରେ ବିନା ଲାଇସେନ୍ସଧାରୀ ଗାଡ଼ି ଚାଳକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଏଥିମଧ୍ୟରେ ସର୍ବାଧିକ ନାବାଳକ ଥିବା ଜଣାପଡ଼ିଛି। ତେବେ ଏହି କାର୍ଯ୍ୟାନୁଷ୍ଠାନ ସମୟରେ ପୋଲିସ ଚଳିତ ବର୍ଷ ୨ହଜାର ୨ଶହ ୨୦ ନାବାଳକଙ୍କୁ ବିନା ଲାଇସେନ୍ସରେ ଗାଡି ଚଲାଉଥିବା ବେଳେ ଧରିଛି। ଧରାପଡ଼ିଥିବା ନାବାଳକଙ୍କ ମଧ୍ୟରେ ପ୍ରାୟ ୧ ହଜାର ୭ଶହ ୩୨ଟି ମାମଲାର ଚାର୍ଜଶିଟ୍‌ ଦାଖଲ କରାଯାଇଛି। ସେମାନଙ୍କ ଉପରେ କୋର୍ଟ ୧,୬୧,୭୦୦ଟଙ୍କାର ଜରିମାନା ଲଗାଇଛନ୍ତି। ଚଳିତ ବର୍ଷ କୋର୍ଟ କୌଣସି ନାବାଳକଙ୍କୁ ଦୋଷୀ ସାବ୍ୟସ୍ତ କରି ନ ଥିବା ବେଳେ ଗତ ବର୍ଷ କିଛି ଜଣଙ୍କୁ ବାଳ ସୁଧାର ଗୃହକୁ ପଠାଯାଇଥିଲା। ତେବେ ଏହି ଅଭିଯାନରେ ଯେତେ ପର୍ଯ୍ୟନ୍ତ ନାବାଳକଙ୍କୁ ଲାଇସେନ୍ସ ନ ମିଳିଛି ସେତେ ପର୍ଯ୍ୟନ୍ତ ଗାଡ଼ି ଚଳାଇବା ପାଇଁ ସେମାନଙ୍କ ଉପରେ କଟକଣା ଜାରି ରହିବ ବୋଲି ବୋଲି ହାଇଦ୍ରାବାଦ ସିଟିର କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri