୨୨ ସାଧାରଣ ଗାଡି କୋଭିଡ-୧୯ ଆମ୍ବୁଲାନ୍ସରେ ପରିଣତ

ଛତ୍ରପୁର,୧ା୪(ଡି.ଏନ୍‌.ଏ.)- କରୋନା ଭାଇରସ ସନ୍ଦିଗ୍ଧଙ୍କୁ ହସ୍ପିଟାଲ ଓ ଆଇସୋଲେଶନ ସେଣ୍ଟରକୁ ନେବାକୁ ଗାଡି ଚାଳକ ଅମଙ୍ଗ ହୋଇଥାନ୍ତି। ଅପରପକ୍ଷରେ ଗଞ୍ଜାମ ଜିଲାପ୍ରଶାସନ ଓ ପରିବହନ ବିଭାଗ ଏକ ଅଭିନବ ପଦକ୍ଷେପ ନେଇ ସାଧାରଣ ଗାଡିକୁ ସ୍ବତନ୍ତ୍ର କୋଭିଡ-୧୯ ଆମ୍ବୁଲାନ୍ସରେ ପରିଣତ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୨୨ ଆମ୍ବୁଲାନ୍ସ ପ୍ରସ୍ତୁତ ହୋଇଛି। ପ୍ରତି ବ୍ଲକ ପାଇଁ ଗୋଟିଏ କୋଭିଡ-୧୯ ଆମ୍ବୁଲାନ୍ସ ଦିଆଯାଇଛି ଏବଂ ସ୍ଥାନୀୟ ତହସିଲଦାର ଏହାର ଦାୟିତ୍ୱରେ ରହିବେ। ଏହି ଆମ୍ବୁଲାନ୍ସରେ ସ୍ବସ୍ଥ୍ୟକର୍ମୀ ରହିବେ। ଉଭୟ ଚାଳକ ଓ ସ୍ବାସ୍ଥ୍ୟକର୍ମୀଙ୍କୁ ସ୍ବତନ୍ତ୍ର ପୋଷାକ ଦିଆଯିବ। ସନ୍ଦିଗ୍ଧଙ୍କ ପାଇଁ ଉକ୍ତ ଆମ୍ବୁଲାନ୍ସରେ ସ୍ବତନ୍ତ୍ର କ୍ୟାବିନ କରାଯାଇଛି। ବୁଧବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଗଞ୍ଜାମ ଆର୍‌ଟିଓ ସଞ୍ଜୟ ବିଶାଳ ଏହାର ଅନୁଧ୍ୟାନ କରିଛନ୍ତି। ମୋଟ ୪୪ଟି କୋଭିଡ -୧୯ ଆମ୍ବୁଲାନ୍ସ ବ୍ୟବସ୍ଥା ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri