Posted inଖେଳ

୨୩ବର୍ଷରୁ କମ୍‌ ଅନ୍ତର୍ଜାତୀୟ ଦିନିକିଆ ଘରୋଇ କ୍ରିକେଟ ସିରିଜ: ପ୍ରିୟମ ଗର୍ଗ ଅଧିନାୟକ

ନୂଆଦିଲ୍ଲୀ, ୨୦ା୮ (ପି.ଟି.)-ରାୟପୁରରେ ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବାକୁଥିବା ବାଂଲାଦେଶ ବିପକ୍ଷ ୨୩ବର୍ଷରୁ କମ୍‌ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଘରୋଇ ସିରିଜ ପାଇଁ ପ୍ରିୟମ ଗର୍ଗ ୨୩ବର୍ଷରୁ କମ୍‌ ଭାରତୀୟ ଦଳର ଅଧିନାୟକତ୍ୱ କରିବେ। ସିରିଜର ସମସ୍ତ ମ୍ୟାଚ ରାୟପୁରରେ ହେବ। ଗର୍ଗ ନିକଟରେ ୟୁନାଇଟେଡ କିଙ୍ଗଡମ୍‌ (ୟୁକେ)ରେ ଅନୁଷ୍ଠିତ ୟୁଥ୍‌ ଅନ୍ତର୍ଜାତୀୟ ଦିନିକିଆ ସିରିଜରେ ଭାରତୀୟ ୧୯ବର୍ଷରୁ କମ୍‌ ଦଳର ଅଧିନାୟକତ୍ୱ କରିଥିଲେ। ଦଳରେ ଅର୍ଶଦୀପ ସିଂ ଏବଂ ହରପ୍ରୀତ ବ୍ରାର୍‌ ସ୍ଥାନ ପାଇଛନ୍ତି। ଏହି ଦୁଇ ଖେଳାଳି ଆଇପିଏଲ ୨୦୧୯ରେ କିଙ୍ଗ୍ସ ଇଲେଭେନ ପଞ୍ଜାବର ଅଂଶବିଶେଷ ଥିଲେ। ବେଙ୍ଗଲର ୨୩ ବର୍ଷରୁ କମ୍‌ ଅଧିନାୟକ ରିତ୍ୱିକ ରୟ ଚୌଧାରୀଙ୍କୁ ଦଳରେ ଜଣେ ଅଲରାଉଣ୍ଡର ଭାବେ ନିଆଯାଇଛି। ଜାତୀୟ ୨୩ ବର୍ଷରୁ କମ୍‌ ପ୍ରତିଯୋଗିତାରେ ନିଜ ରାଜ୍ୟ ଦଳକୁ ଫାଇନାଲରେ ପହଞ୍ଚାଇବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ୟୁକେରେ ୧୯ ବର୍ଷରୁ କମ୍‌ ସିରିଜ ଏବଂ ସି.କେ. ନାୟୁଡୁ ଟ୍ରଫିରେ ପ୍ରଦର୍ଶନକୁ ଭିତ୍ତି କରି ଚୟନକର୍ତ୍ତାମାନେ ଦଳ ପାଇଁ ଖେଳାଳି ମନୋନୀତ କରିଛନ୍ତି।

୨୩ ବର୍ଷରୁ କମ୍‌ ଭାରତୀୟ ଦଳ: ପ୍ରିୟମ ଗର୍ଗ (ଅଧିନାୟକ), ଯଶସ୍ବୀ ଜଇସ୍ବାଲ, ମାଧବ କୌଶିକ, ବି.ଆର୍‌. ଶରଥ (ଉଇକେଟକିପର), ସମର୍ଥ ଭ୍ୟାସ୍‌, ଆର୍ଯ୍ୟନ ଜୁୟଲ (ଉଇକେଟକିପର), ରିତ୍ୱିକ ରୟ ଚୌଧାରୀ, କୁମାର ସୁରଜ, ଅତୀତ ସେଠ୍‌, ଶୁଭାଙ୍ଗ ହେଗ୍‌ଡେ, ହ୍ରିତିକ୍‌ ଶୋକିନ୍‌, ଧ୍ରୁଶାନ୍ତ ସୋନି, ଅର୍ଶଦୀପ ସିଂ, କାର୍ତ୍ତିକ ତ୍ୟାଗୀ ଓ ହରପ୍ରୀତ ବ୍ରାର୍‌।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri