ଛତ୍ରପୁର,୨୨ା୯(ଡି.ଏନ.ଏ)-ନୂଆ ମୋଟରଯାନ ଆଇନ୍ ଲାଗୁ ହେବା ପରେ ଗାଡିମୋଟର କାଗଜପତ୍ର ଓ ଡ୍ରାଇଭିଂ ଲାଇସେନ୍ସ କରିବା ପାଇଁ ଛତ୍ରପୁରସ୍ଥିତ ପରିବହନ କାର୍ଯ୍ୟାଳୟରେ ପ୍ରବଳ ଭିଡ ହେଉଛି ା ଡ୍ରାଇଭିଂ ଲାଇସେନ୍ସ ପାଇଁ ଦୂରଦୂରାନ୍ତରୁ ଆସୁଥିବା ଅଧିକାଂଶ ବ୍ୟକ୍ତି ଭିଡକୁ ଦେଖି ନିରାଶ ହେଉଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ଆରଟିଓ ସଞ୍ଜୟ କୁମାର ବିଶ୍ୱାଳ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଡ୍ରାଇଭିଂ ଲାଇସେନ୍ସ ପାଇଁ କ୍ୟାମ୍ପ କରାଯିବ ବୋଲି କହିଛନ୍ତି। ଆସନ୍ତା ୨୩ ତାରିଖରେ ବ୍ରହ୍ମପୁରସ୍ଥିତ ଖଲ୍ଲିକୋଟ କଲେଜ ପରିସରରେ ଏହା ପରୀକ୍ଷାମୂଳକ ଭବେ ଆରମ୍ଭ କରାଯିବ। ୩ ଧରି ହେବାକୁ ଥିବା ଉକ୍ତ କ୍ୟାମ୍ପ ପ୍ରତ୍ୟହ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କାର୍ଯ୍ୟ କରିବ ା ଏଠାରେ କେବଳ ଖଲ୍ଲିକୋଟ ସ୍ବୟଂଶାସିତ କଲେଜ ଛାତ୍ରୀଛାତ୍ରଙ୍କୁ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରାଯିବ ା ଯେଉଁ ମାନଙ୍କ ବୟସ ଅଠର ବର୍ଷରୁ ଊର୍ଦ୍ଧ୍ୱ ସେମାନେ ଡ୍ରାଇଭିଂ ଲାଇସେନ୍ସ ପାଇବାକୁ ଉପଯୁକ୍ତ ବିବେଚିତ ହେବେ ା ଛାତ୍ରୀଛାତ୍ର ଜନ୍ମ ତାରିଖ ପ୍ରମାଣପତ୍ର, ଆଧାରକାର୍ଡ ଏବଂ ବ୍ଲଡ ଗ୍ରୁପ୍ର ପ୍ରମାଣପତ୍ର ଆଣିବୋ ସେମାନେ ଅନ୍ଲାଇନ୍ରେ ଦରଖାସ୍ତ କରିବେ ା ଏଥିସହ ଲର୍ନିଂ ଲାଇସେନ୍ସ ପାଇଁ ଆବଶ୍ୟକୀୟ ଦେୟ ଅନଲାଇନ୍ରେ ଜମା କରାଯିବ। ଅନଲାଇନ୍ରେ କିଛି ସାଙ୍କେତିକ ପରୀକ୍ଷା କରାଯିବା ପରୀକ୍ଷାରେ ଉତୀର୍ଣ୍ଣ ହେବା ପରେ ସେହି ସ୍ଥାନରେ ଲର୍ନିଂ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରାଯିବ ା ଉକ୍ତ ସ୍ଥାନରେ ମୋଟରଯାନ ଗୁଡିକର ପ୍ରଦୂଷଣ ପରୀକ୍ଷା କରାଯିବା ସହ ଇନସ୍ୟୁରାନ୍ସ କରାଇବାର ବ୍ୟବସ୍ଥା ଉପଲବ୍ଧ ହେବ ା ଏହି କ୍ୟାମ୍ପକୁ ପରିଚାଳନା ପାଇଁ କନିଷ୍ଠ ଏମ୍ଭିଆଇ ପ୍ରତାପ କୁମାର ବେହେରାଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି ା ଏହାର ସଫଳତା ଅନୁଧ୍ୟାନ କରିବା ପରେ ପ୍ରତି ବ୍ଲକ ଏବଂ ପୌରସଂସ୍ଥାରେ ଡ୍ରାଇଭିଂ ଲାଇସେନ୍ସ କ୍ୟାମ୍ପ ଆୟୋଜନ କରାଯିବ ବୋଲି ଆର୍ଟିଓ ପ୍ରକାଶ କରିଛନ୍ତି।
ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…
ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…
ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍କୁ ଦ୍ରୁତଗତିରେ ଆସି ଜଣେ ବାଇକ୍କୁ ଧକ୍କା…
କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ
ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…
ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…
ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…
ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…
ଛତ୍ରପୁର,୨ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…
ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର
ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…
ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା
ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…
ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…
ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…
Archives

