୨୩ରେ ଲଘୁଚାପ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଘୂର୍ଣ୍ଣିବଳୟ ଯୋଗୁ କେତେକ ଜାଗାରେ ଅସରାଏ କିମ୍ବା ଦି ଅସରା ବର୍ଷା ହେଉଛି। ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ରହିବ। ତେବେ ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ୨୫ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶା, ଦକ୍ଷିଣ ଓଡିଶାର ଅଳ୍ପ କେତେକ ସ୍ଥାନରେ ଏବଂ ଉତ୍ତର ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବଲାଙ୍ଗୀର, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, କଳାହାଣ୍ଡି, ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଏଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୮ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଁ ର୍ଭା ବର୍ଷା ହୋଇଛି। ଭୁବନେଶ୍ୱରରେ ୧୧ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କେନ୍ଦୁଝର ୧.୧, କୋରାପୁଟ ୪.୪, ମାଲକାନଗିରି ୬.୨ ଏବଂ ଦାରିଙ୍ଗୀବାଡିରେ ୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି…

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri