୨୩ ଜିଲାରେ ଡେଙ୍ଗୁ

କଟକ ଅଫିସ, ୨୭ା୧୦: ରାଜ୍ୟର କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ ଜିଲାକୁ ବାଦ୍‌ ଦେଲେ ବାକି ୨୩ଟି ଜିଲାରୁ ଏସ୍‌ସିବି ମେଡିକାଲକୁ ଡେଙ୍ଗୁ ରୋଗୀ ଆସିଛନ୍ତି। ଅର୍ଥାତ୍‌ ରାଜ୍ୟର ୯୦ ପ୍ରତିଶତରୁ ଅଧିକ ଜିଲା ଡେଙ୍ଗୁ କବଳିତ। ଚଳିତବର୍ଷ ଏସ୍‌ସିବି ମେଡିକାଲରେ ହୋଇଥିବା ରକ୍ତ ପରୀକ୍ଷା ରିପୋର୍ଟରୁ ୧୩୫୮ଜଣ ରୋଗୀଙ୍କ ରକ୍ତରେ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଥିବାବେଳେ ମେଡିକାଲରେ ମୋଟ୍‌ ୧୧୯୮ ଜଣ ରୋଗୀ ଆଡମିଶନ ହୋଇଛନ୍ତି। ପଜିଟିଭ ରୋଗୀମାନଙ୍କ ମଧ୍ୟରେ ବାଲେଶ୍ୱର ଜିଲାର ୨୬୯, କଟକର ୨୪୬, ଭଦ୍ରକର ୧୭୪, ଯାଜପୁରର ୧୯୫, କେନ୍ଦ୍ରାପଡାର ୧୬୯ ଓ ଜଗତ୍‌ସିଂହପୁରର ୯୫ଜଣ ରୋଗୀ ରହିଛନ୍ତି। ଶନିବାର ମେଡିକାଲ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମେଡିକାଲରେ ୬୫ଜଣ ରୋଗୀଙ୍କ ରକ୍ତ ପରୀକ୍ଷା କରାଯାଇଥିଲା। ସେଥିମଧ୍ୟରୁ ୧୬ଜଣଙ୍କ ରକ୍ତରେ ଡେଙ୍ଗୁ ପଜିଟିଭ ଚିହ୍ନଟ କରାଯାଇଛି। ପଜିଟିଭ ରୋଗୀଙ୍କ ମଧ୍ୟରେ କଟକରୁ ୪ଜଣ ରହିଛନ୍ତି। ଶନିବାର ସନ୍ଧ୍ୟା ସୁଦ୍ଧା ମେଡିକାଲରେ ମୋଟ୍‌ ୬୩ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୫୮ଜଣ ୱାର୍ଡରେ ଓ ୫ଜଣ ଆଇସିୟୁରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri