୨୩ ମାସର ସର୍ବନିମ୍ନ ସ୍ତରରେ ପାଇକାରୀ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୬-୭: ମୋଦି ସରକାରଙ୍କୁ ମୁଦ୍ରାସ୍ଫୀତି କ୍ଷେତ୍ରରେ ଆଶ୍ୱସ୍ତି ମିଳିଛି। ପାଇକାରୀ ମୂଲ୍ୟ ସୂଚକାଙ୍କ ଆଧାରିତ ମୁଦ୍ରାସ୍ଫୀତି ତଥ୍ୟ ସୋମବାର ଜାରି କରାଯାଇଛି। ଜୁନ୍‌ରେ ମୁଦ୍ରାସ୍ଫୀତି ୨.୦୨ ପ୍ରତିଶତ ରହିଛି। ଗତ ମାସରେ ଏହା ୨.୪୫% ରହିଥିଲା। ଏପରି ଦେଖିଲେ ଗୋଟିଏ ମାସ ମଧ୍ୟରେ ମୁଦ୍ରାସ୍ଫୀତି ହାର ୦.୪୩% ହ୍ରାସ ପାଇଛି। ଜୁନ୍‌ର ତଥ୍ୟ ଗତ ୨୩ ମାସର ସର୍ବନିମ୍ନ ସ୍ତର କୁହାଯାଉଛି। ଏଥିପୂର୍ବରୁ ୨୦୧୭ ଜୁଲାଇରେ ପାଇକାରୀ ମୁଦ୍ରାସ୍ଫୀତି ହାର ୧.୮୮ ପ୍ରତିଶତ ରହିଥିଲା। ସେହିପରି ଏକ ବର୍ଷ ପୂର୍ବର ତଥ୍ୟ ସହ ତୁଳନା କଲେ ଜଣାପଡେ ଯେ, ୨୦୧୮ ଜୁନ୍‌ରେ ପାଇକାରୀ ମୁଦ୍ରାସ୍ଫୀତି ହାର ୫.୬୮ ପ୍ରତିଶତ ରହିଥିଲା। ପ୍ରକାଶିତ ତଥ୍ୟ ଅନୁଯାୟୀ, ପନିପରିବା, ଇନ୍ଧନ ଓ ବିଜୁଳି କ୍ଷେତ୍ର ସହ ଜଡ଼ିତ ସାମଗ୍ରୀ ଦର ହ୍ରାସ ପାଇବା କାରଣରୁ ମୁଦ୍ରାସ୍ଫୀତି କ୍ରମାଗତ ଦ୍ୱିତୀୟ ମାସ ହେବ କମିଛି। ଖାଦ୍ୟପଦାର୍ଥ ମୁଦ୍ରାସ୍ଫୀତି ସାମାନ୍ୟ କମି ୬.୯୮ ପ୍ରତିଶତ ରହିଥିବା ବେଳେ ପନିପରିବା ମୁଦ୍ରାସ୍ଫୀତି ହାର ୨୪.୭୬ ପ୍ରତିଶତକୁ ହ୍ରାସ ପାଇଛି। ସୂଚନାଥାଉ କି, ଜୁନ୍‌ରେ ଖୁଚୁରା ମୁଦ୍ରାସ୍ଫୀତି ସାମାନ୍ୟ ବୃଦ୍ଧି ପାଇବା କାରଣରୁ ଜୁନ୍‌ରେ ଏହା ୩.୧୮%କୁ ବୃଦ୍ଧି ପାଇଥିଲା। ଗତବର୍ଷ ଏହା ୪.୯୨% ଥିଲା। ଚଳିତ ବର୍ଷ ଜାନୁୟାରୀରୁ ଖୁଚୁରା ମୁଦ୍ରାସ୍ଫୀତି ବଢ଼ିଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri