୨୩.୫ଲକ୍ଷ ଶ୍ରମିକଙ୍କୁ ନିଜ ରାଜ୍ୟରେ ଛାଡ଼ିଛି ୧୭୭୩ ଟ୍ରେନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର ଓ ଅସହାୟ ବ୍ୟକ୍ତିଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ସେବାର ବ୍ୟବସ୍ଥା କରିଛି ଭାରତୀୟ ରେଳ ମନ୍ତ୍ରଣାଳୟ। ମେ’ ୧ରୁ ସେବା ଆରମ୍ଭ କରିଥିବା ଶ୍ରମିକ ସ୍ବତନ୍ତ୍ର ଟ୍ରେନ ୨୦ ତାରିଖ ସୁଦ୍ଧା ବିଭିନ୍ନ ରାଜ୍ୟରୁ ୨୩.୫ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମିକଙ୍କୁ ନିଜ ରାଜ୍ୟରେ ପହଞ୍ଚାଇଛି। ତେବେ ଗତ ୧୯ ତାରିଖରେ ସର୍ବାଧିକ ୨୦୫ଟି ଶ୍ରମିକ ସ୍ପେଶାଲ ଟ୍ରେନ ଦେଶର ବିଭିନ୍ନ ରାଜ୍ୟରୁ ୨.୫ଲକ୍ଷରୁ ଅଧିକ ଯାତ୍ରୀଙ୍କୁ ପରିବହନ କରିଛି। ବିଭିନ୍ନ ରାଜ୍ୟରୁ ମୋଟ ୧୭୭୩ ଟ୍ରେନ୍‌ ଯାତ୍ରୀଙ୍କୁ ନେଇ ଆନ୍ଧ୍ରପ୍ରଦେଶ, ଆସାମ, ବିହାର, ଛତିଶଗଡ, ଗୁଜୁରାଟ, ହିମାଚଳ ପ୍ରଦେଶ, ଜମ୍ମୁ-କଶ୍ମୀର, ଝାଡଖଣ୍ଡ, କର୍ନାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମିଜୋରାମ, ନାଗାଲାଣ୍ଡ, ଓଡିଶା, ରାଜସ୍ଥାନ, ତାମିଲନାଡୁ, ତେଲଙ୍ଗାନା, ତ୍ରିପୁରା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗରେ ପହଞ୍ଚାଇଛି। ଯାତ୍ରା ସମୟରେ ଯାତ୍ରୀମାନଙ୍କୁ ମାଗଣା ଭୋଜନ ଏବଂ ପାଣି ଦିଆଯିବା ସହ ସ୍କ୍ରିନିଂ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯାଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ତ୍ତମାନ ସୁଦ୍ଧା ରାଜ୍ୟକୁ ଫେରିଲେଣି ୧ ଲକ୍ଷ ୩୩ ହଜାର ୨୪୫ ପ୍ରବାସୀ, ଗଞ୍ଜାମକୁ ସର୍ବାଧିକ ଫେରିଛନ୍ତି ୫୫,୫୬୭: ଅତିରିକ୍ତ ମୁଖ୍ୟ ସଚିବ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲାକୁ ୧ ଲକ୍ଷ ୩୩ ହଜାର ୨୪୫ ପ୍ରବାସୀ ଶ୍ରମିକ ଆସିଛନ୍ତି। ଏନେଇ ଶନିବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ...

ବର୍ଷା ଆସିଲେ ସ୍ଥିତି ବିଷମ

ଢେଙ୍କାନାଳ ଅଫିସ୍‌, ୧୬ା୭ କାଦୁଅ ପଚପଚ ରାସ୍ତା। ଆବର୍ଜନାରେ ଭର୍ତ୍ତି ହୋଇଛି ନର୍ଦ୍ଦମା। ଡ୍ରେନ୍‌ ଉଛୁଳି ପଚା ପାଣି ମାଡୁଛି ରାସ୍ତାରେ। ଗାଡ଼ିମୋଟରରେ ଯିବା ତ...

ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଘନୀଭୂତ ହୋଇ ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଗଭୀର...

ନିଶ୍ଚିନ୍ତକୋଇଲି ବ୍ଲକରେ ୪୩ କରୋନା ପଜିଟିଭ୍‌ ଚିହ୍ନଟ: ଅଞ୍ଚଳରେ ଭୟର ବାତାବରଣ, ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ

ନିଶ୍ଚିନ୍ତକୋଇଲି,୧୩।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ୪୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୯ଜଣ ସରକାରୀ ସଂଗରୋଧ କେନ୍ଦ୍ର ଓ ୪ଜଣ ହୋମ୍‌...

ସ୍ମିତାରାଣୀଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବି ଜିଦ୍‌ରେ ଅଟଳ ଭାଜପା: ବେକରେ କଳା ଗାମୁଛା ପକାଇ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ସଦସ୍ୟଙ୍କ ଧାରଣା

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ଦିନଠାରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ଭାଜପା...

‘ଗୁଳୁଗୁଳିରେ ଅତିଷ୍ଠ କରୁଛି ପାଓ୍ବାରକଟ୍‌’

ଭୁବନେଶ୍ୱର,୨୧ା୫(ବ୍ୟୁରୋ)- ରାଜ୍ୟରେ କିଛିଦିନ ଧରି ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଏପରିକି ଭୁବନେଶ୍ୱରରେ ମଧ୍ୟ କିଛିଦିନ ହେବ ତାପମାତ୍ରା ୩୮ଡିଗ୍ରୀ ସେଲସିୟସରୁ...

ଆଜିଠାରୁ ଟ୍ବିନ୍‌ସିଟିରେ ମଲ୍‌ ବନ୍ଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ସମ୍ଭାବ୍ୟ କରୋନା ସଂକ୍ରମଣ ରୋକିବା ଦିଗରେ କମିଶନରେଟ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ରବିବାର କଟକ ଓ ଭୁବନେଶ୍ୱର ଟ୍ବିନ୍‌ସିଟି ରେ ଥିବା...

ଶିଶୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି: ଗତ ୨୪ ଘଣ୍ଟାରେ ୧୩୧ ପିଲା କରୋନା ସଂକ୍ରମିତ

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧ଙ୍କ ବୟସ ୧୮ ବର୍ଷ ମଧ୍ୟରେ ରହିଛି। ନୂଆ...

Advertisement
Archives

Model This Week