୨୪ ଘଣ୍ଟାରେ ମୌସୁମୀ: କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୬(ବ୍ୟୁରୋ)-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ଏଥିପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶା ଦେଇ ମୌସୁମୀ ରାଜ୍ୟକୁ ପ୍ରବେଶ କରିବା ସମ୍ଭାବନା ରହିଛି। ଏଥିଯୋଗୁ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏଥିସହିତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, କନ୍ଧମାଳ. ଗଞ୍ଜାମ, ଯାଜପୁର, ଭଦ୍ରକ ଏବଂ ନୟାଗଡ଼ ଜିଲାର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୧ ତାରିଖରେ କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ସୃଷ୍ଟି ହୋଇଥିଲେ ମଧ୍ୟ ରାଜ୍ୟକୁ ସେତେ ଭଲ ବର୍ଷା ମିଳିବ ନାହିଁ। ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସାମାନ୍ୟ ଅଧିକ ହେଲେ ମଧ୍ୟ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୧୨ ତାରିଖରୁ ବର୍ଷା କମି ଯିବ। ମୌସୁମୀ ଛତିଶଗଡ଼ ଉପରକୁ ଚାଲିଯିବ। ଏହାର ୪ ଦିନ ପରେ ଅର୍ଥାତ୍‌ ୧୭ ଓ ୧୮ ତାରିଖରେ ପୁଣି ମୌସୁମୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ

ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍‌ ଭାରସାମ୍ୟ…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର…

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ ଓ ସରକାରଙ୍କ ଗୃହ ବିଭାଗ ଦ୍ୱାରା OUSSSCକୁ ଚିଠି ଲେଖାଯାଇଛି।…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri