Posted inଜାତୀୟ

୨୪ ଘଣ୍ଟାରେ ୫୦ ନୂଆ ରୋଗୀ ଚିହ୍ନଟ ପରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୨୨୩

ନୂଆଦିଲ୍ଲୀ,୨୦।୩: ଭାରତରେ ବଢି ଚାଲିଛି କୋଭିଡ-୧୯ ରୋଗୀଙ୍କ ସଂଖ୍ୟା। ସମସ୍ତ ସତର୍କତା ପରେ ବି ଗତ ୨୪ ଘଣ୍ଟାରେ ୫୦ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୨୨୩ ହୋଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଶୁକ୍ରବାର ସୂଚନା ଦେଇଛି। ଏମାନଙ୍କ ମଧ୍ୟରେ ୩୬ଜଣ ବିଦେଶୀ ରହିଥିବା ଜଣାପଡିଛି। ଏବେ ପର୍ଯ୍ୟନ୍ତ କରୋନା ଭାଇରସ ସଂକ୍ରମଣରେ ଦେଶରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏମାନଙ୍କ ମଧ୍ୟରେ ଦିଲ୍ଲୀର ଜଣେ, କର୍ନାଟକ, ପଞ୍ଜାବ ଓ ମହାରଷ୍ଟ୍ରର ଜଣେ ଲେଖାଏଁ ରହିଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୨୩ ଜଣ ସୁସ୍ଥ ହୋଇଥିବା କୁହାଯାଉଛି। ମହାରାଷ୍ଟ୍ରରେ ସର୍ବାଧିକ ୫୨ ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ଏମାନଙ୍କ ମଧ୍ୟରେ ୩ ବିଦେଶୀ ନାଗରିକ ରହିଛନ୍ତି। ସେହିପରି କେରଳରେ ୨୮, ରାଜଧାନୀ ଦିଲ୍ଲୀରେ ୧୭, ଉତ୍ତରପ୍ରଦେଶରେ ଜଣେ ବିଦେଶୀଙ୍କ ସମେତ ୨୩, ପଶ୍ଚିମବଙ୍ଗ ୨, ଓଡ଼ିଶାରେ ୨, ଉତ୍ତରାଖଣ୍ଡ ୩, ଛତିଶଗଡ, ପୁଡୁଚେରି ଓ ଚଣ୍ଡିଗଡ଼ରେ ଜଣେ ଲେଖାଏଁ କରୋନା ପଜିଟିଭ ରୋଗୀ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri