ଛତ୍ରପୁର,୭।୧(ଡି.ଏନ.ଏ)-ଗଞ୍ଜାମ ଜିଲା ଛତ୍ରପୁର ସବ୍ଜେଲ ପାଚେରି ଡେଇଁ ସୋମବାର ସନ୍ଧ୍ୟାରେ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତ ୨୪ ଘଣ୍ଟା ପରେ ମଙ୍ଗଳବାର ସନ୍ଧ୍ୟାରେ ଧରାପଡ଼ିଛନ୍ତି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅଧୀନ ସୁନାଥର ଗାଁର କବିରାଜ ବେହେରା। ଜେଲ ନିକଟସ୍ଥ ବିଲପାର୍ଶ୍ୱ କିଆବୁଦାରୁ ଜେଲ କର୍ମଚାରୀମାନେ ତାଙ୍କୁ କାବୁ କରିଛନ୍ତି। ଏକ ବଳାତ୍କାର ମାମଲାରେ ଗିରଫ ହୋଇ ଗତ ଡିସେମ୍ବର ୭ରେ ଛତ୍ରପୁର ସବ୍ଜେଲକୁ ଆସିଥିଲେ। ସେ ସୋମବାର ପାଚେରି ଡେଇଁ ପଳାଇଯାଇଥିବା ନେଇ ସବ୍ଜେଲ ସୁପରିଣ୍ଟେଣ୍ଡେଣ୍ଟ ଶୁଭସ୍ମିତା ବିଶ୍ୱାଳ ମଙ୍ଗଳବାର ଛତ୍ରପୁର ଥାନାରେ ଏତଲା ଦେଇଥିଲେ। ଏଥିସହ ଏ ସମ୍ପର୍କରେ ସେ ଡିଆଇଜି(ପ୍ରିଜନ୍) ରଘୁନାଥ ମାଝିଙ୍କୁ ମଧ୍ୟ ଜଣାଇଥିଲେ। ଡିଆଇଜି ମାଝିଙ୍କ ସମେତ ବ୍ରହ୍ମପୁର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ଏ. କେ. ସିହ୍ନା, ଛତ୍ରପୁର ଏସ୍ଡିପିଓ ଗୌତମ କିଶାନ, ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ସବ୍ଜେଲରେ ପହଞ୍ଚି ତଦନ୍ତ କରିଥିଲେ। ସିସିଟିଭି ଫୁଟେଜ୍ ଯାଞ୍ଚ ଓ ଜେଲ୍ ପଛପଟ ପାଚେରି ବାହାରେ ଥିବା ଚିହ୍ନରୁ ଅଭିଯୁକ୍ତ ପାଚେରି ଡେଇଁ ଚମ୍ପଟ ମାରିଥିବା ଜଣାପଡିଥିଲା। କବିରାଜଙ୍କ ବିରୋଧରେ ଜଣେ ମହିଳା ବଳାତ୍କାର ଅଭିଯୋଗ ଆଣିଥିଲେ। ଗତ ମାର୍ଚ୍ଚ ୬ ତାରିଖରେ ଏ ନେଇ ଛତ୍ରପୁର ଥାନାରେ ଏତଲା ହୋଇଥିଲା। ଏହାପରେ କବିରାଜ ଫେରାର୍ ଥିଲେ। ଡିସେମ୍ବର ୭ ତାରିଖରେ ପୋଲିସ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ସୋମବାର ସନ୍ଧ୍ୟାରେ ଜେଲ ଅନ୍ତେବସୀଙ୍କ ଗଣତି ବେଳେ କବିରାଜ ନ ଥିବା ଜଣାପଡ଼ିଥିଲା। ମଙ୍ଗଳବାର ପୂର୍ବାହ୍ନରେ ଏ ସମ୍ପର୍କରେ ଛତ୍ରପୁର ଥାନାରେ ଅବଗତ କରାଯାଇଥିଲା। ପୋଲିସ ଏକ ମାମଲା ରୁଜୁ କରିଥିଲା। ଏହି ଘଟଣାରେ କର୍ତ୍ତବ୍ୟରେ ଅବହେଳା ଯୋଗୁ ମୁଖ୍ୟ ଜେଲ ଓ୍ବାଡର ଚିତ୍ତରଞ୍ଜନ ନାୟକଙ୍କୁ ବ୍ରହ୍ମପୁର ଜେଲ ଡିଆଇଜି ରଘୁନାଥ ମାଝି ନିଲମ୍ବିତ କରିଛନ୍ତି।
୨୪ ଘଣ୍ଟା ପରେ ଧରାପଡ଼ିଲେ ଜେଲରୁ ଚମ୍ପଟ ବଳାତ୍କାର ଅଭିଯୁକ୍ତ, କର୍ତ୍ତବ୍ୟରେ ଅବହେଳା ମୁଖ୍ୟ ଜେଲ ଓ୍ବାଡର ନିଲମ୍ବିତ
Posted inଆମ ଜିଲା ଖବର, ଗଞ୍ଜାମ View All
ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ
ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...
ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…
ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...
ପୋଲିସକୁ ଦେଖି ହାଇସ୍ପିଡ୍ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…
ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ ରାସ୍ତାରେ ଯାଉଥିବା...
ସମସ୍ତେ ଆତ୍ମସମ୍ମାନର ସହ ବଞ୍ଚିବା ଜରୁରୀ: ମାନବାଧିକାରକୁ ଗୁରୁତ୍ୱାରୋପ
ପୁରୁଷୋତ୍ତମପୁର,୧୦/୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ବୁଧବାର ମାନବ ଅଧିକାର...
ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...
ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…
ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...
ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ…
ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...
ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା
ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...
Archives


