Posted inଖେଳ

୨୪ ବର୍ଷ ତଳେ ପାକିସ୍ତାନ ବିପକ୍ଷରେ ବିସ୍ଫୋରକ ଇନିଂସ ଖେଳିଥିଲେ ଜାଡେଜା

୯ ମାର୍ଚ୍ଚ ୧୧୯୬ ମସିହାରେ ଭାରତ ଓ ପାକିସ୍ତାନ ଆଇସିସି ବିଶ୍ୱକପ୍‌ରେ ଦ୍ୱିତୀୟ ଥର ପାଇଁ ପରସ୍ପରକୁ ଭେଟିଥିଲେ। ଏହି ମ୍ୟାଚ୍‌ ଥିଲା ପାକିସ୍ତାନର କିମ୍ବଦନ୍ତୀ ଜାଭେଦ ମିଆଦିଙ୍କ କ୍ୟାରିୟରର ଅନ୍ତିମ ମ୍ୟାଚ୍‌ ଥିଲେ। ୧୯୯୬ ଐତିହାସିକ କ୍ୱାର୍ଟର ଫାଇନାଲ ମୁକାବିଲା ବାଙ୍ଗାଲୋରସ୍ଥିତ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିଲା। ମ୍ୟାଚ୍‌ ଦେଖିବା ପାଇଁ ଷ୍ଟାଡିୟମ ପୂରା ହାଉସଫୁଲ ଥିଲା। ଭାରତୀୟ ଦଳରେ ନବଜୋତ ସିଂ ସିଦ୍ଧୁ ଓ ସଚିନ ତେନ୍ଦୁଲକର, ଅନୀଲ କୁମ୍ବଲେଙ୍କ ଭଳି ଖେଳାଳି ଥିଲେ। ପାକିସ୍ତାନ ଦଳରେ ମିଆଁଦାଦ, ସଇଦ ଅନଓ୍ବର, ଇଞ୍ଜିମାମ ଉଲ ହକ୍‌, ଓ୍ବାକର ୟୁନୁସଙ୍କ ଭଳି ବିଶ୍ୱ ସ୍ତରୀୟ ଖେଳାଳି ରହିଥିଲେ। ମ୍ୟାଚ୍‌କୁ ୩୯ ରନ୍‌ରେ ଜିତି ଭାରତ ପାକିସ୍ତାନକୁ ଇଭେଣ୍ଟରୁ ବିଦା କରିଥିଲା। ପ୍ରଥମେ ବ୍ୟାଟିଂ କରି ୮ ଉଇକେଟ କ୍ଷତିରେ ୫୦ ଓଭରରେ ୨୮୭ ରନ୍‌ କରିଥିଲା। ଦଳ ପାଇଁ ସିଦ୍ଧୁ ୯୩ ଓ ସଚିନ ୩୧ ରନ୍‌ କରିଥିଲେ। ଦୁଇ ଓପନର ଆଉଟ୍‌ ହେବା ପରେ ଦଳୀୟ ସ୍କୋରବୋର୍ଡ ଧିମା ପଡ଼ିଯାଇଥିଲା। କିନ୍ତୁ ଇନିଂସ ଶେଷ ଆଡ଼କୁ ଅଜୟ ଜାଡେଜା ପ୍ରସିଦ୍ଧ ବୋଲର ଓ୍ବାକରଙ୍କୁ ଛେଛି ଦେଇଥିଲେ। ଓ୍ବାକରଙ୍କ ଅନ୍ତିମ ୨ ଓଭରରେ ସେ ୪୦ ରନ୍‌ କରିଥିଲେ। ଜାଡେଜା ୨୫ ବଲ ଖେଳି ୪୫ ରନ୍‌ କରିଥିଲେ। ପରେ କୁମ୍ବଲେ ଓ ଭେଙ୍କଟେଶ ପ୍ରସାଦ ଚମତ୍କାର ବୋଲିଂ ଯୋଗୁ ପାକିସ୍ତାନ ୨୪୮ ରନ୍‌ରେ ସୀମିତ ରହିଥିଲା। ଦୁହେଁ ୩ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri