୨୪ ସ୍ବାସ୍ଥ୍ୟକେନ୍ଦ୍ରକୁ ମିଳିବ କାୟାକଳ୍ପ ପୁରସ୍କାର

ଛତ୍ରପୁର,୨ା୩(ଡି.ଏନ.ଏ.) ସ୍ବାସ୍ଥ୍ୟକେନ୍ଦ୍ରର ସ୍ବଚ୍ଛତା ଓ ସଂକ୍ରମଣ ନିୟନ୍ତ୍ରଣ ପଦକ୍ଷେପକୁ ଦେଖି ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ପ୍ରତିବର୍ଷ କାୟାକଳ୍ପ ପୁରସ୍କାର ପ୍ରଦାନ କରାଯାଉଛି। ୨୦୧୯-୨୦ ବର୍ଷ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୨୪ ସ୍ବାସ୍ଥ୍ୟକେନ୍ଦ୍ରକୁ କାୟାକଳ୍ପ ପୁରସ୍କାର ମିଳିବ ବୋଲି ଶନିବାର ଘୋଷଣା କରାଯାଇଛି। ଏ ନେଇ ଓଡିଶା ଏନ୍‌ଏଚଏମ୍‌ (ଜାତୀୟ ସ୍ବାସ୍ଥ୍ୟ ମିଶନ) ଡାଇରେକ୍ଟର ଶାଲିନୀ ପଣ୍ଡିତଙ୍କ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ନିକଟକୁ ଶନିବାର ଚିଠି ଆସିଛି ା
ଉପଖଣ୍ଡ ଚିକିତ୍ସାଳୟ ଓ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ୨୫ ପ୍ରକାର ସ୍ବାସ୍ଥ୍ୟସେବାକୁ ଆଧାର କରି ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଗାଇଡଲାଇନ୍‌ ଅନୁଯାୟୀ ଜିଲାର ସ୍ବାସ୍ଥ୍ୟକେନ୍ଦ୍ରଗୁଡିକୁ ଅନୁଧ୍ୟାନ କରାଯାଇଥିଲା। ସ୍ବଚ୍ଛତା, ସଂକ୍ରମଣ ଓ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପ୍ରଶଂସନୀୟ ପଦକ୍ଷେପ ନିଆଯାଇଥିବାରୁ ରାଜ୍ୟସ୍ତରୀୟ କାୟାକଳ୍ପ ମନୋନୟନ କମିଟିଙ୍କ ନିଷ୍ପତ୍ତି ପ୍ରକାରେ୨୪ ସ୍ବାସ୍ଥ୍ୟକେନ୍ଦ୍ର କାୟାକଳ୍ପ ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଛି। ସେଥିମଧ୍ୟରେ ଜିଲା ହେଡକ୍ୱାର୍ଟର ସିଟି ହସ୍‌ପିଟାଲ, ଛତ୍ରପୁର ଓ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟ, ବ୍ରହ୍ମପୁରର ୭ ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ର, ୪ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ୧୦ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ରହିଛି ା ବ୍ରହ୍ମପୁର ସିଟି ହସ୍‌ପିଟାଲ ୧୨ନଂ. ସ୍ଥାନରେ ରହି କାୟାକଳ୍ପ ପୁରସ୍କାର ପାଇଁ ମନୋନୀତ ହୋଇଛି। ସେହିପରି ଛତ୍ରପୁର ହସ୍‌ପିିଟାଲ, ଭଞ୍ଜନଗର ହସ୍‌ପିଟାଲ, ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଧରାକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ସୋରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କାୟାକଳ୍ପ ପୁରସ୍କାର ପାଇଁ ବିବେଚିତ ହୋଇଛନ୍ତି। ସେହିପରି ଜିଲାର ଗୌଡଗୋଠ, ରାହାଡ଼ା, ପାଣ୍ଡିରିପଡା, ଭେଟନଈ, ମାଣିତରା, ମଣିକିୟାପୁର, ଗଞ୍ଜାମ, ସିଦ୍ଧେଶ୍ୱର, ସୋମା ଓ ଭଞ୍ଜବିହାରରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କାୟାକଳ୍ପ ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଛି ା ଅନ୍ୟପକ୍ଷରେ ରାଜ୍ୟସ୍ତରରେ ବ୍ରହ୍ମପୁର ସହରାଞ୍ଚଳର ୭ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କାୟାକଳ୍ପ ପୁରସ୍କାର ପାଇଁ ମନୋନୀତ ହୋଇଛି। ସଫଳତା ପାଇଁ ଜିଲାପାଳ, ସିଡିଏମ୍‌ଓ, ସମସ୍ତ ବିଡିଓ, ତହସିଲଦାର, ସ୍ବାସ୍ଥ୍ୟକେନ୍ଦ୍ର ମୁଖ୍ୟ ଓ ଷ୍ଟାଫ୍‌ମାନଙ୍କୁ ଜାତୀୟ ସ୍ବାସ୍ଥ୍ୟ ମିଶନ ଡିପିଏମ୍‌ ଶ୍ୟାମ ସୁନ୍ଦର ତ୍ରିପାଠୀ ଶ୍ରେୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?