୨୫ରେ ଘୁମୁସର ଗଟ୍‌ ଟାଲେଣ୍ଟ ସିଜନ୍‌-୨

ଭଞ୍ଜନଗର,୧୪।୧୨(ଡି.ଏନ.ଏ)-ଘୁମୁସର ଗଟ୍‌ ଟାଲେଟଂ ସିଜନ୍‌-୨ ଚଳିତ ମାସ ୨୫ରେ ସ୍ଥାନୀୟ ଜେଲ୍‌ ପଡିଆ ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ପରିସରରେ ହୋଇଥିଲା। ଅଭିନେତା ଆଶିଷ କୁମାର ଏଥିରେ ଅଧ୍ୟକ୍ଷତା କରିଥିଲେ। ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଡ. ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ସାମାଜିକ କର୍ମୀ ପଞ୍ଚାନନ ପାଳ, ଶୁଳପାଣି ଶତପଥୀ, ଅନୁପମ ବାନାର୍ଜୀ, ସାଇ ଗୁରୁକୁଳ ବିଦ୍ୟାଳୟର ଚେୟାରମ୍ୟାନ ଅଜିତ ଶତପଥୀ, ପ୍ରମୋଦ ପ୍ରଧାନ, ସଞ୍ଜୀବ ପାତ୍ର ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ୨୧ ତାରିଖରେ ସଙ୍ଗୀତ ଓ ମଡେଲିଂ ପାଇଁ ପ୍ରତିଯୋଗିତା ସ୍ଥାନୀୟ ଆର୍‌ଏମସି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ। ୨୨ରେ ଡ୍ୟାନ୍ସ, ସୋଲୋ ଓ ଡୁଏଟ୍‌ ଉପରେ, ୨୫ରେ ମିସ୍‌ ଘୁମୁସର ଓ ମିଷ୍ଟର ଘୁମୁସର ପ୍ରତିଯୋଗିତା ହେବ। କୃତୀ ପ୍ରତିଯୋଗୀମାନଙ୍କୁ ୨୫ରେ ପୁରସ୍କୃତ କରାଯିବ।
ପ୍ରତିଯୋଗିତା ଗୁଡିକରେ ବିଚାରକ ଭାବେ ଓଲିଉଡ ହିରୋ ଭିଭାସ, ବିଶ୍ୱଜିତ, କୋରିଓଗ୍ରାଫର ତନବିର୍‌,ନାନ୍ଦୁ, ହିନ୍ଦୁସ୍ଥାନ ଗୀତିକାର ମାଧବ ପରିଡା, ବିଦିଶା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ପୁରସ୍କାର ବିତରଣୀ ଉତ୍ସବରେ ଅଭିନେତ୍ରୀ ଜିନା, ଜୟା, ମୁଦ୍ରା,ପ୍ରିୟଙ୍କା ଓ ଅଭିନେତା ରୁଦ୍ର, ସମ୍ଭବ, ଭିଭାସ, ମଡେଲିଂ ଗୁରୁ ସାହିଲ ରାଜ,ପ୍ରଭାତ ଆସିବା ପାଇଁ ସ୍ବୀକୃତି ପ୍ରଦାନ କରିଛନ୍ତି। ସଞ୍ଜୀବ କାର୍ଯ୍ୟକ୍ରମ ସଂଯୋଜନା କରିବେ। ମୁଭ୍‌ ଦି ୱାଲର୍ଡ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଛି। ସବ୍‌ ଜୁନିୟର ୮ବର୍ଷ ପର୍ଯ୍ୟନ୍ତ, ଜୁନିୟର ୮ରୁ ୧୪ ଓ ସିନିୟରରେ ୧୪ରୁ ୨୫ ବର୍ଷ ବୟସର ପ୍ରତିଯୋଗୀମାନେ ହିଁ ଭାଗ ନେଇପାରିବେ। ପ୍ରତିଯୋଗୀତା ଦିନ ହିଁ ନିଜ ନାମ ପଞ୍ଜୀକରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…

ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri