୨୫୮ କିଲୋ ଗଞ୍ଜେଇ ଜବତ

ମାଲକାନଗିରି, ୩।୭(ଡି.ଏନ୍‌.ଏ.): ମାଲକାନଗିରିର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ରାତିରେ ପୋଲିସ ୨୫୮ କିଲୋ ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ୨ଟି ଚାରି ଚକିଅ ଯାନ, ୪ଟି ମୋବାଇଲ ଓ ୧ଲକ୍ଷ ଟଙ୍କା ପୋଲିସ ଜବତ କରଛି। ଏ ନେଇ ଏସ୍‌ପି ଜଗମୋହନ ମୀନା ବୁଧବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଏମ.ଭି-୩୪ ଗ୍ରାମର ମନୋଜ କୁମାର ମଜୁମଦାର (୨୨), ମନୋଜ ବିଶ୍ୱାସ(୩୮), ଟୋଟାଗୁଡ଼ା ଗ୍ରାମର ସୁବାଷ ଖରା(୩୭) ଓ ଏମ୍‌ଭି-୮୬ ଗ୍ରାମର ରିତ ସିକଦାର(୩୦)।
ପ୍ରକାଶ ଯେ, କାଲିମେଳା ଥାନା ଭାରପ୍ରାପ୍ତ ନିରୀକ୍ଷକ ଚନ୍ଦ୍ରଶେଖର ଶବର ଅନ୍ୟ କର୍ମଚାରୀଙ୍କ ସହ ସ୍ଥାନୀୟ ପୁଲିମେଟଲା କେନାଲ ରାସ୍ତାରେ ମଙ୍ଗଳବାର ରାତିରେ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ଯାଉଥିବା ଏକ ମହିନ୍ଦ୍ରା ମାର୍ଶାଲ ଗାଡ଼ିକୁ ଅଟକାଇ ତାହାକୁ ଯାଞ୍ଚ କରିଥିଲେ। ଗାଡ଼ିରୁ ୯୩ କିଲୋ ଗଞ୍ଜେଇ ମିଳିଥିଲା। ଏହି ଘଟଣାରେ ପୋଲିସ ମନୋଜ କୁମାର ମଜୁମଦାର ଓ ମନୋଜ ବିଶ୍ୱାସଙ୍କୁ ଗିରଫ କରିଥିଲା। ସେମାନଙ୍କଠାରୁ ଗୋଟିଏ ମୋବାଇଲ ଓ ୧ଲକ୍ଷ ଟଙ୍କା ସହ ଗଞ୍ଜେଇ ଚାଲାଣରେ ବ୍ୟବହୃତ ହୋଇଥିବା ଗାଡ଼ିକୁ ପୋଲିସ ଜବତ କରିଥିଲା। ସେହିଭଳି ମୁଦୁଲିପଡ଼ା ଥାନା ଭାରପ୍ରାପ୍ତ ନିରୀକ୍ଷକ ଯୁଗଳ କିଶୋର ଶବର ଓ କର୍ମଚାରୀମାନେ ଗୌଡ଼ଗୁଡ଼ା ଛକ ନିକଟରେ ପାଟ୍ରୋଲିଂ କରୁଥିବାବେଳେ ଏକ କାର ଅଟକାଇ ଯାଞ୍ଚ କରିଥିଲେ। ସେଥିରୁ ୧୬୫ କିଲୋଗ୍ରାମ ଗଞ୍ଜେଇ ମିଳିଥିଲା। ପୋଲିସ ସୁବାଷ ଖରା ଓ ରିତ ସିକଦାରଙ୍କୁ ଗିରଫ କରିଥିଲା। ପୋଲିସ ସେମାନଙ୍କଠାରୁ ୩ ଟି ମୋବାଇଲ ଓ ସଂପୃକ୍ତ କାର ଜବତ କରିଛି। ଏ ନେଇ କାଲିମେଳା ଥାନାରେ ୧୦୩/୧୯ ଓ ମୁଦୁଲିପଡ଼ା ଥାନାରେ ୪୫/୧୯ରେ ମାମଲା ରୁଜୁ ହୋଇଛି ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ଖବରଦାତା ସମ୍ବିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଏସ୍‌ଡିପିଓ ହୃଷିକେଶ ଡି.କିଲାରୀଙ୍କ ସମେତ ବହୁ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri