୨୫୯ ଅଭିଯୋଗ ଶୁଣିଲେ ଜିଲାପାଳ

ନିଆଳି,୩ା୧୨(ଡି.ଏନ୍‌.ଏ)- ନିଆଳି ବ୍ଲକ ପରିସର ମଧ୍ୟରେ ଥିବା ରାଜୀବ ଭବନଠାରେି ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବିଡିଓ ଅଶୋକ କୁମାର ଲେଙ୍କାଙ୍କ ସଭାପତିତ୍ୱରେ ଜିଲାପାଳ ଭାବନୀ ଶଙ୍କର ଚଇନି ଏଥିରେ ଯୋଗଦେଇ ୨୫୯ଟି ଅଭିଯୋଗ ଶୁଣିଥିଲେ। ସେଥିମଧ୍ୟରୁ ୨୩୬ ବ୍ୟକ୍ତିଗତ ଥିବାବେଳେ ସାମୂହିକ ୨୩ଟି ଅଭିଯୋଗ ରହିଥିଲା। ବିଶେଷକରି ଫନୀ ବାତ୍ୟାରେ ଘରଦ୍ୱାର ହରାଇଥିବା ଲୋକେ ଘରଭଙ୍ଗା ସହାୟତାରୁ ବଞ୍ଚିତ ଥିବା ନେଇ ଅଭିଯୋଗ ହୋଇଥିଲା। ସେହପରି ଚାଷୀଙ୍କର ପାନ, ଧାନ ମାଛ, ନଡିଆ, ଗୁଆ ଗଛ ଆଦି ନଷ୍ଟ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ସେମାନଙ୍କୁ କୌଣସି ସାହାଯ୍ୟ ମିଳି ନ ଥିବା ଜିଲାପାଳଙ୍କୁ ଜଣାଇଥିଲେ। ଏହିସବୁ ଅଭିଯୋଗକୁ ଜିଲାପାଳ ଶୁଣିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ତୁରନ୍ତ ଲୋକମାନଙ୍କର କାର୍ଯ୍ୟ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ବିଭିନ୍ନ ରୋଗରେ ପୀଡ଼ିତ ଥିବା ରବିବ ଦାସ, ଶାଇ ଶୁଭମ ଓ ମାଧବର ମାନସୀ ପ୍ରଧାନଙ୍କୁ ତଦନ୍ତ କରି ସହାୟତା ଦେବା ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଶିବିରରେ ଗ୍ରାମାଞ୍ଚଳ ଏସ୍‌ପି ରାଧାବିନୋଦ ପାଣିଗ୍ରାହୀ ଅତିରିକ୍ତ ଜିଲାପାଳ ଖଣ୍ଡାୟତରାୟ, ପ୍ରକଳ୍ପ ନିର୍ଦ୍ଦେଶକ ଅବ୍ଦୁଲ ଅବ୍‌ତାର, ଜିଲା ଶିକ୍ଷାଧିକାରୀ ନିରଞ୍ଜନ ବେହେରା, ଜିଲା ସମାଜ ମଙ୍ଗଳ ଅଧିକାରୀ ନିରୂପମା ବେହେରା, ତହସିଲଦାର ରଞ୍ଜନ କୁମାର ଜେନା, ବ୍ଲକ ଅଧ୍ୟକ୍ଷା କଳ୍ପନା ପାଣ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ଆଗାମୀ ୩ ମାସ ଏହି ରାଶିଙ୍କ ଭାଗ୍ୟରେ ଲାଗିବ ଲଟେରୀ! ମିଳିବ ମନଚାହାଁ ସଫଳତା, ଚାକିରିରେ ପଦୋନ୍ନତି, ବ୍ୟବସାୟରେ ଟଙ୍କା ହିିଁ ଟଙ୍କା

ଭୁବନେଶ୍ୱର: ୨୦୨୬ ବର୍ଷ ଶେଷ ଆଡ଼କୁ ଗତି କରୁଥିବା ବେଳେ ଆଗାମୀ ତିନି ମାସ ଧାର୍ମିକ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଏହି…

ଆସିଲା ନୂଆ ସିମ୍ କାର୍ଡ ନିୟମ; ନିଜ ସିମ୍‌ ଅନ୍ୟକୁ ଦେଲେ ଏତିକି ବର୍ଷ ଜେଲ୍‌

ନୂଆଦିଲ୍ଲୀ,୨୨।୯: ସିମ୍ କାର୍ଡକୁ ନେଇ ନୂଆ ନିୟମ ଆସିଛି । ଜଣେ ବ୍ୟକ୍ତିଙ୍କ ନାଁରେ ଚାଲୁଥିବା ସିମ୍‌ରୁ ଯଦି ସାଇବର ଠକେଇ କିମ୍ବା ଅନ୍ୟ କୌଣସି ବେଆଇନ…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…

ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ

ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?