Posted inରାଜ୍ୟ

୨୬ ଘଣ୍ଟାରେ ୧୬୦ ମଦ୍ୟପ ଡ୍ରାଇଭର ଗିରଫ

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ଲାଗୁ ହେବାର ଗୋଟିଏ ଦିନ ପୂର୍ବରୁ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ୨୬ ଘଣ୍ଟା ଭିତରେ ମୋଟ୍‌ ୧୬୦ ଜଣ ମଦ୍ୟପ ଡ୍ରାଇଭରଙ୍କୁ ଗିରଫ କରାଯାଇଥିବା ନେଇ ପୋଲିସ ଡିଜି ସତ୍ୟଜିତ ମହାନ୍ତି ସୂଚନା ଦେଇଛନ୍ତି। ଗଞ୍ଜାମ ଜିଲାରେ ସବୁଠୁ ଅଧିକ ୨୭ଜଣ ମଦ୍ୟପ ଡ୍ରାଇଭର ଗିରଫ ହୋଇଛନ୍ତି। ଏହାସହ କଟକ ଜିଲାର ବାଙ୍କୀ ଜାତମୁଣ୍ଡିଆ ଛକରେ ଜଣେ ମଦ୍ୟପ ଡ୍ରାଇଭରଙ୍କଠାରୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ରବିବାରଠାରୁ ଯାଞ୍ଚକୁ ଅଧିକ କଡାକଡି କରାଯିବ। ବିଶେଷ କରି ମଦ ପିଇ ଗାଡି ଚଲାଉଥିଲେ ଅଧିକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିଜିପି ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri