୨୯ରେ ଲଘୁଚାପ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଆସନ୍ତା ୨୯ ତାରିଖରେ ଉତ୍ତର ପୂର୍ବ କିମ୍ବା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୯ ତାରିଖ ରାତିରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ୩୦ରୁ ୨ ତାରିଖ ଯାଏ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ଲଘୁଚାପ ପ୍ରଭାବ ସମ୍ପର୍କରେ ଚିତ୍ର ସ୍ପଷ୍ଟ ହୋଇଯିବ। ତେବେ ଦକ୍ଷିଣ ଓଡ଼ିଶାରେ ବର୍ଷା ସାମାନ୍ୟ କମ ରହିବ ବୋଲି ଅନୁମାନ କରାଯାଇଛି। ମୌସୁମୀ ଆଗମନର ଦୁଇ ଦିନ ପରେ ରାଜ୍ୟରେ ପାଗ ଶୁଖିଲା । ପୁଣି ପ୍ରବଳ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଯାଇଛି। ଏଭଳି ପାଗ ଆସନ୍ତା ୨୮ ତାରିଖ ଯାଏ ଲାଗି ରହିବ। ୨୯ ତାରିଖରେ ପାଗରେ ପରିବର୍ତ୍ତନ ହେବ। ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ହେବା ସହ ଲଗାତର ୪ ଦିନ ବର୍ଷା ଲାଗି ରହିବ। ଆସନ୍ତା ୪ ଦିନ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର, ଗଜପତି ଏବଂ ନୂଆପଡା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ଜାତୀୟ ହସ୍ତତନ୍ତ ମେଳା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାତୀୟ ହସ୍ତତନ୍ତ ମେଳା-୨୦୨୦ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଆରମ୍ଭ ହୋଇଯାଇଛି। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ‘ବୟନିକା’...

ଜନସାଧାରଣଙ୍କୁ ଶକ୍ତି ବିଭାଗର ନିବେଦନ:ମେନ୍ ସୁଇଜ୍ ନୁହେଁ, କେବଳ ଲାଇଟ୍ ସୁଇଜ୍ ବନ୍ଦ କରନ୍ତୁ

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତି ୯ଟାରେ ସ୍ୱେଚ୍ଛାକୃତ ଭାବେ ଘର ଲାଇଟ ବନ୍ଦ କରିବା ପାଇଁ ଅନୁରୋଧ କରିଛନ୍ତି। ଏହି...

ଆଜିଠୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ...

ରାଜ୍ୟରେ ଚିହ୍ନଟ ହେଲେ ୨୨୫ କରୋନା ଆକ୍ରାନ୍ତ

  ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮...

ଏବେ ଖୋଲିବନି ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର,୫।୮(ବ୍ୟୁରୋ): ବର୍ତ୍ତମାନ ପର୍ଯ୍ୟଟକଙ୍କ ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଖୋଲା ଯିବନି। ବର୍ଷାଦିନରେ ନନ୍ଦନକାନନ ଖୋଲିବା ସମ୍ଭାବନା ନ ଥିବା ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ କହିଛନ୍ତି।...

ରାଉରକେଲା କୋଭିଡ୍‌ ସ୍ଥିତି ସମୀକ୍ଷା

ଭୁବନେଶ୍ୱର ୯।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ...

କାର ଧକ୍କାରେ ଛାତ୍ର ମୃତ

କ୍ଷତିପୂରଣ ଦାବିରେ ରାସ୍ତାରୋକୋ ପାଟପୁର,୮ା୧୨-ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ମୁଖ୍ୟ ରାସ୍ତାରେ ଶନିବାର ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ କାର...

ଆଇଟିଆଇ ଛାତ୍ରୀଛାତ୍ରଙ୍କ ପାଇଁ ଖୁସିଖବର: ଛାଡ଼ ହେଲା ୯ ମାସର ହଷ୍ଟେଲ ଫି’

ଭୁବନେଶ୍ୱର,୩।୨(ବ୍ୟୁରୋ): ଆଇଟିଆଇ ଛାତ୍ରୀଛାତ୍ରଙ୍କ ହଷ୍ଟେଲ ଫି ଛାଡ଼ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରୀଛାତ୍ରଙ୍କ ୯...

Advertisement
Archives

Model This Week